32.9 C
Balāngīr
Wednesday, April 23, 2025

ଉଗ୍ରତାରା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୨୯/୦୧) : (୨୯/୦୧) : ରାୟଗଡ଼ା ବ୍ଲକ କମଟାଲ ପେଟା ସ୍ଥିତ ଶ୍ରୀ ଉଗ୍ରତାରା ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ବସନ୍ତ କୁମାର ନାୟକ, ମୁଖ୍ୟବକ୍ତା ରାୟଗଡ଼ା ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମାନ ସୁଦୀପ୍ତ କୁମାର ଦାଶ ଏଵଂ ସମ୍ମାନୀତ ଅତିଥି ଭାବେ ଅବସର ପ୍ରାପ୍ତ ସଂସ୍କୃତ ଶିକ୍ଷକ ଶ୍ରୀଯୁକ୍ତ ରବି ନାରାୟଣ ରଥ ଉପସ୍ଥିତ ଥିଲେ । ଏହି ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଏମ ବାଲା ମୁରଲୀ କ୍ରିଷ୍ଣା ଅଧ୍ୟକ୍ଷତା କରିବା ସହ, ବାର୍ଷିକ ବିବରଣୀ ପାଠ କରିଥଲେ । ଉକ୍ତ ମଞ୍ଚରେ ବିଦ୍ୟାଳୟର ମୋ ସ୍କୁଲ ଅଭିଯାନର ସଭାପତି ଶ୍ରଯୁକ୍ତ ରୋହିଣୀ କୁମାର ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀମତୀ କେ. ଇନ୍ଦୁ ମଧ୍ୟ ଉପସ୍ଥିତ ଥିଲେ। ଉକ୍ତ ଉତ୍ସବରେ ନିକଟସ୍ଥ ସମସ୍ତ ବିଦ୍ୟାଳୟ ମାନଙ୍କର ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀଗଣ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଉତ୍ସବ ଦୁଇଟି ପର୍ଯ୍ୟାୟରେ ହୋଇଥିଲା।

ପ୍ରଥମ ପର୍ଯ୍ୟାୟରେ ମଞ୍ଚାସୀନ ଅତିଥିଙ୍କ ବକ୍ତବ୍ୟ ପ୍ରଦାନ ଓ ପୁରସ୍କାର ବିତରଣ କରାଯାଇଥିଲା। ଏହି ପର୍ଯ୍ୟାୟରେ ଶ୍ରୀମତୀ ବିଷ୍ଣୁପ୍ରିୟା ଦାସ ମଞ୍ଚ ପରିଚାଳନା କରିଥିଲେ ଓ ଶ୍ରୀମତୀ ପ୍ରତିମା କୁମାରୀ ମିଶ୍ର ଅତିଥି ପରିଚୟ କରାଇଥିଲେ। ଏଵଂ ପରିଶେଷରେ ଶ୍ରୀମତୀ ପ୍ରଭାତୀ କୁମାରୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ଛାତ୍ର ଛାତ୍ରୀ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ଯକ୍ରମ ପ୍ରଦର୍ଶନ କରିଥିଲେ। ଏଥିରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ କଳ୍ପନା କର ମଞ୍ଚ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...