32.9 C
Balāngīr
Tuesday, May 20, 2025

ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡା, (୦୫/୦୧) : ଦାଉ ସାଧିଲା ଅଦିନିଆ ବର୍ଷ। ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ଫସର ଫାଟିଗଲା। ଏହା ଦେଖି ଆଉ ସହି ହେଲାନି। ଶେଷରେ ଜୀବନ ହାରିଦେଲେ ଚାଷୀ ।

ଏଭଳି କିଛି ଚାଷୀ ଆତ୍ମହତ୍ୟା ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲାରୁ । ଆଳି ଥାନା ଅନ୍ତର୍ଗତ କୋଳଢ଼ିଅ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଫସଲହାନୀ ଯୋଗୁ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।ମୃତକ ହେଲେ କୈଳାଶ ଚନ୍ଦ୍ର ଧଳ। କୈଳାଶ ୮ ଏକର ଜମିରେ ଧାନ ଚାଷ କରିଥିଲେ। ଅଦିନିଆ ବର୍ଷା ଯୋଗୁଁ ସବୁ ଧାନ ଫସଲ ନଷ୍ଟ ହୋଇଯାଇଥିଲା । ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ ।

ଏଥର ଭଲ ଫସଲ ହେବ ବୋଲି ମଧ୍ୟ ତାଙ୍କର ଆଶା ଥିଲା । ହେଲେ ଅଦିନିଆ ବର୍ଷା ତାଙ୍କର ସବୁ ଆଶାକୁ ମାଟିରେ ମିଶାଇ ଦେଇଥିଲା । ଉଜାଡ଼ି ଦେଇଥିଲା ତାଙ୍କ ସୁନାର ଫସଲ । ଏହା ଦେଖି ସେ ଚିନ୍ତିତ ହୋଇପଡିଥିଲେ। ଏପରିକି ସେ ଖାଇବା ପିଇବା ମଧ୍ୟ ଚାଡ଼ି ଦେଇଥିଲେ। ଫସଲ କ୍ଷତି ପାଇଁ କିଛି ଦିନ ହେବ ସେ ମାନସିକ ଚିନ୍ତାରେ ଥିଲେ। ଏଥିଯୋଗୁ ସେ ବିଷ ପିଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

 

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...