32.9 C
Balāngīr
Wednesday, April 23, 2025

ଉପର ମୁହାଁ ପାରଦ; ଆଗାମୀ ୩ ଦିନ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର

Must read

ଭୁବନେଶ୍ୱର, (୨୮/୦୩) : ଆପ୍ର. : ରାଜ୍ୟରେ କାଳବୈଶାଖୀ ପରେ ଏବେ ପୁଣି ପାରଦ ଉପର ମୁହାଁ ହୋଇଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ରହିଛି ।

ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଟପିପାରେ ବୋଲି ଆଶଙ୍କା ମଧ୍ୟ ରହିଛି । ଗତକାଲି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସମେତ ଗୁଳୁଗୁଳି ମଧ୍ୟ ଅନୁଭୁତ ହେଉଥିଲା । ଗତକାଲି ଝାରସୁଗୁଡ଼ା ଜିଲ୍ଲା ରାଜ୍ୟର ସବୁଠାରୁ ସବୁଠୁ ଉତ୍ତପ୍ତ ସହର ହୋଇଥିବାବେଳେ ଭୁବନେଶ୍ବରରେ ତାପମାତ୍ରା ୩୮.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ଆଜି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗ୍ରୀଷ୍ମ ପ୍ରବାହ ପାଇଁ ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତାପମାତ୍ରା ୪୦ ଡିଗ୍ରୀ ଟପିପାରେ ବୋଲି ସମ୍ଭାବନା ରହିଛି ।

ଆସନ୍ତାକାଲି ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୩୦ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି। ଏହା ପରେ ରାଜ୍ୟରେ ତାପମାତ୍ରା କମିବାର ସମ୍ଭାବନା ରହିଛି । ଗ୍ରୀଷ୍ମ ପ୍ରବାହ ପାଇଁ ଲୋକେ ଘରୁ ବାହାରିବା ପାଇଁ ମଧ୍ୟ ଭୟ କରୁଛନ୍ତି । ସେଥିପାଇଁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...