ସୁବର୍ଣ୍ଣପୁର (୧୦/୦୩- ଆ.ପ୍ର) :ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ପ୍ରମୁଖ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୨ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ଟି ଗ୍ରହଣ କରାଯାଇଥିବା ବେଳେ ୮ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l
୨ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଓ ୨ଟି ରେଡକ୍ରସ ଫଣ୍ଡରୁ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଉଲୁଣ୍ଡା ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।