ସୁବର୍ଣ୍ଣପୁର, (୨୮/୦୪) : ଆ.ପ୍ର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି ।
ଜିଲ୍ଲାପାଳ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୮ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୦ଟି ଗ୍ରହଣ କରାଯାଇଥିବା ବେଳେ ୮ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।
ଉଲୁଣ୍ଡା ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ଲଲାଟେନ୍ଦୁ ସି ସମେତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।