32.9 C
Balāngīr
Wednesday, April 30, 2025

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର , (୨୦/୦୧) :ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 01 21 at 08.34.36 ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୦୯ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୭ଟି ଗ୍ରହଣ କରାଯାଇଥିବା ବେଳେ ୧୫ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୭ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ଉଲୁଣ୍ଡା ବିଡିଓ କରିସ୍ମା ବେସ୍ରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ସମେତ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ଲଲାଟେନ୍ଦୁ ସି, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ଗୁରୁ , ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଡେପୁଟି କଲେକ୍ଟର ଜରୁରୀ ଶାଖା କୃଷ୍ଣ ମୋହନ ସିଂ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ଶ୍ରମ ଅଧିକାର, ଉଲୁଣ୍ଡା ତହସିଲଦାର ପ୍ରଶାନ୍ତ ମହାରଣା, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...