ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୦/୦୮) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାପାଳ ଓ ଏସ ପି ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।
ଜିଲ୍ଲାପାଳ ଓ ଏସପି ଅନୁପସ୍ଥିତ ଥିବାରୁ ସିଡିଓ ଅଶ୍ଵିନୀ ଭୋଇ ଏବଂ ଅତିରିକ୍ତ ଏସପି ବି କେ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଶୁଣିଥିଲେ । ଏହି ଶିବିରରେ ସମୁଦାୟ ୩୩ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ତନ୍ମଧ୍ୟରୁ ୨୫ ଟି ବ୍ୟକ୍ତିଗତ ହୋଇଥିବା ବେଳେ ୮ ଟି ସାମୁହିକ ଅଭିଯୋଗ ହୋଇଥିଲା । ସେଥି ମଧ୍ୟରୁ ୮ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ଅଭିଯୋଗ ଗୁଡିକ ତଦନ୍ତ କରି ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ପ୍ରଶାନ୍ତ ମହାରଣା ଯୋଗ ଦେଇଥିଲେ l ବିଡିଓ କରିସ୍ମା ବେସ୍ରା ତତ୍ତ୍ଵାବଧାନରେ ଅନୁଷ୍ଟିତ ହୋଇଥିବା ଏହି ଶିବିରକୁ ଜିଲ୍ଲା ତଥା ବ୍ଲକର ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ ।