32.9 C
Balāngīr
Wednesday, April 23, 2025

ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର, (୦୩/୦୩) : ଚିକିତ୍ସା ବିଜ୍ଞାନ ଯେତେ ଆଗକୁ ବଢିଲେ ମଧ୍ୟ ଅନ୍ଧବିଶ୍ୱାସର ଅନ୍ଧାରୀ ମଧ୍ୟରେ ଏବେବି ଲୋକଙ୍କ ମାନସିକତା ଘର କରି ରହିଛି ।

ପିଲାର ଦେହ ଭଲ ନ ରହିବାରୁ ମାତ୍ର ଗୋଟିଏ ମାସ ହେବ ଜନ୍ମ ନେଇଥିବା ଶିଶୁକୁ ଦିଆଯାଇଛି ୪୦ରୁ ଅଧିକ ଚେଙ୍କ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲାରେ । ନବଜାତ ଶିଶୁଟିର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡ଼ିଛି । ତାକୁ ଉମରକୋଟ ଉପଖଣ୍ଡ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ପ୍ରାଥମିକ ସୂଚନା ମୁତାବକ, ନବରଙ୍ଗପୁର ଜିଲ୍ଲାରେ ଚନ୍ଦାହାଣ୍ଡି ବ୍ଲକ୍ ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଅଧିନସ୍ଥ ଫୁଣ୍ଡେଲପାର ଗାଁ’ର ସରୋଜ କୁମାର ନାୟକଙ୍କର ମାତ୍ର ଏକ ମାସ ହେବ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା । ୧୦ଦିନ ହେବ ତାର ଦେହ ଅସୁସ୍ଥ ରହୁଥିଲା ।

ପରିବାର ଲୋକ ଶିଶୁଟିକୁ ଡାକ୍ତରଖାନା ନେବା ପରିବର୍ତ୍ତେ ଚେଙ୍କ ଦେଇଥିଲେ । କିନ୍ତୁ ଦୁଇ ଦିନ ହେବ ତାର ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ବିଗିଡ଼ିବାରୁ ତାକୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ଉମରକୋଟ ଉପଖଣ୍ଡ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ଶିଶୁର ମୁଣ୍ଡ ଏବଂ ପେଟରେ ୩୦ରୁ ୪୦ ଥର ଚେଙ୍କ ଦିଆଯାଇଛି । ତେବେ ଚିକିତ୍ସା ପରେ ଶିଶୁର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା କହିଛନ୍ତି ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ତଥା ସିଡିଏମ୍‌ଓ ଡାକ୍ତର ସନ୍ତୋଷ କୁମାର ପଣ୍ଡା । ତେବେ ଶିଶୁକୁ କିଏ ଚେଙ୍କ ଦେଲା ସେ ନେଇ ପରିବାର ଲୋକେ କିଛି କହୁ ନାହାଁନ୍ତି ।

 

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...