32.9 C
Balāngīr
Wednesday, April 23, 2025

ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ, ଦୁଇ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ଼, (୦୪/୦୩) : ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ । ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି ।

ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।

ଖବର ଅନୁଯାୟୀ, ରାଉରକେଲାର ବ୍ୟାଚ୍ ନମ୍ବର ଏ ୦୨ ପ୍ରବୀଣ କୁମାର ପଣ୍ଡା । ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ସେ ଆବେଦନ କରିଥିଲେ। ଉକ୍ତ ପୋଷ୍ଟ ପାଇଁ ମଙ୍ଗଳବାର ଦିନ ଚାଲିଥିଲା ଫିଜିକାଲ୍ ଟେଷ୍ଟ । ଭବାନୀପୁରରୁ ବାରଗାଡ ଯାଏଁ ୨୫ କିଲୋମିଟରର ଦୌଡ଼ ପରୀକ୍ଷା ଚାଲିଥିଲା । ଏହି ସମୟରେ କିରେଇ ନିକଟରେ ଅଚେତ ହୋଇଥିଲେ ଏହି ପରୀକ୍ଷାର୍ଥୀ । ସଙ୍ଗେସଙ୍ଗେ ତାଙ୍କୁ ମେଡିକାଲ ନେବା ପରେ ଡାକ୍ତର ପରୀକ୍ଷାର୍ଥୀଙ୍କୁ ମୃତ ଘୋଷଣା କରିଥିଲେ ।

 

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...