32.9 C
Balāngīr
Friday, April 25, 2025

ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ, ଶ୍ରୀମନ୍ଦିର ପ୍ରଶାସନର ସୂଚନା କେନ୍ଦ୍ରରେ କ୍ରୟ ପାଇଁ ଉପଲବ୍ଧ

Must read

ପୁରୀ, (୧୪/୦୪) : ଆପ୍ର. : ଓଡିଆ ନବବର୍ଷ ଅବସରରେ ପ୍ରକାଶ ପାଇଛି ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର ।

ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ଏହା ଲୋକାର୍ପିତ ହୋଇଅଛି । ସେହିପରି ପ୍ରଥମ ଥର ଲାଗି ପ୍ରକାଶିତ ଶ୍ରୀମନ୍ଦିରର ସୁଦୃଶ୍ୟ ସୂଚନା ପୁସ୍ତିକାର ମଧ୍ୟ ଲୋକାର୍ପଣ ହୋଇଛି । ଏହି ଅବସରରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ଯ ଶାସନ ସଚିବ ମନୋଜ ଆହୁଜା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ପୁରୀ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ବର୍ଷ ତମାମ ( ୨୦୨୫ ମସିହାର ମହାବିଷୁବ ସଂକ୍ରାନ୍ତି ଠାରୁ ୨୦୨୬ ମସିହା ରାମାଭିଷେକ ନୀତି ପର୍ଯ୍ୟନ୍ତ) ଶ୍ରୀମନ୍ଦିରରେ ପାଳିତ ହେବାକୁ ଥିବା ସମସ୍ତ ପର୍ବପର୍ବାଣି ଦିନ ତଥା ଯାନିଯାତ୍ରା ଦିବସଗୁଡିକର ସୂଚନା ଏହି ଆକର୍ଷଣୀୟ କ୍ୟାଲେଣ୍ଡରରେ ରହିଅଛି । ଶ୍ରୀମନ୍ଦିର ସେବକ ନିଯୋଗଗୁଡିକ ସହ ମୁକ୍ତିମଣ୍ଡପ ଏବଂ ରାଜ୍ୟର ପ୍ରମୁଖ ପାଂଜିକାରଙ୍କୁ ନେଇ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିରରେ ପାଳିତ ହେବାକୁ ଥିବା ପର୍ବପର୍ବାଣି ତିଥିଗୁଡିକ ସ୍ଥିରୀକୃତ ହୋଇଅଛି।

ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ସୂଚନା କେନ୍ଦ୍ରଗୁଡିକରେ ଏହି କ୍ୟାଲେଣ୍ଡର୍ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ସକାଶେ କ୍ରୟ ପାଇଁ ଉପଲବ୍ଧ ହେବ । ଏହାର ମୂଲ୍ୟ ୧୦୦ ଟଙ୍କା ରଖାଯାଇଛି । ଓଡିଆ ନବବର୍ଷ ଅବସରରେ ଭକ୍ତ ତଥା ଶ୍ରଦ୍ଧାଳୁଙ୍କୁ ଅଭିନନନ୍ଦନ ଜଣାଇବା ସହ ମହାପ୍ରଭୁଙ୍କ ପାଦପଦ୍ମରେ ସମସ୍ତଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

 

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...