32.9 C
Balāngīr
Sunday, April 20, 2025

ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡିଶାର ବରପୁତ୍ରଙ୍କ ଉପରେ ଆଲୋଚନା

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରାୟଗଡା, (୧୨/୦୪) : ଆପ୍ର. : ଓଡ଼ିଆ ପକ୍ଷ ପାଳନର ଦ୍ବାଦଶ ଦିବସ ଅବସରରେ ଶନିବାର ଦିନ ଓଡ଼ିଶାର ବରେଣ୍ୟ ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ସେମାନଙ୍କ ଜିବନୀ ଓ ଅବଦାନ ବିଷୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 04 13 at 08.58.29 1 ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡିଶାର ବରପୁତ୍ରଙ୍କ ଉପରେ ଆଲୋଚନା

ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକ, ମୁଖ୍ୟ ବକ୍ତା ଭାବେ ରାୟଗଡା ମହିଳା ମହାବିଦ୍ୟାଳୟର ଓଡ଼ିଆ ବିଭାଗୀୟ ମୁଖ୍ୟ ରଘୁନାଥ ଭୁଏ, ସମ୍ମାନିତ ଅତିଥି ରୂପେ ପ୍ରକଳ୍ପ ପ୍ରଶାସକ ଶ୍ରୀଯୁକ୍ତ ଚନ୍ଦ୍ରକାନ୍ତ ମାଝୀ, ବିଶିଷ୍ଟ ଆଇନଜିବୀ ଶ୍ରୀମତୀ ପ୍ରଣତି ପାତ୍ର, ରାୟଗଡା ସ୍ଵୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷା ଶ୍ରୀମତୀ ସରସ୍ଵତୀ ରାୟ, ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ ଏବଂ ଆବାହିକା ତଥା ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଓଡ଼ିଆ ବରପୁତ୍ର ଓ ପୁତ୍ରୀଙ୍କର ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ଵଳନ କରାଯାଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଥିଲା ।

କାର୍ଯ୍ୟକ୍ରମର ଆବାହିକା ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀଯୁକ୍ତ ନାଏକ ପାଶ୍ଚାତ୍ୟ ସଭ୍ୟତାର କୁପ୍ରଭାବ ବିଷୟରେ ଆଲୋଚନା କରିବା ସହ ଓଡ଼ିଆ ଭାଷା, ପରମ୍ପରା, ବେଶ ପୋଷାକ, ଜୀବନ ଶୈଳୀ ପାଇଁ ଆମ ଓଡିଶା ଗରିମାମୟ ହୋଇପାରିଛି, ବରପୁତ୍ରଙ୍କ ଜୀବନୀ ଆମକୁ ଗର୍ବିତ କରିବା ସହ ଓଡ଼ିଆ ଅସ୍ମିତାର ରକ୍ଷା କରିବାରେ ପ୍ରେରଣା ଦେଇଥାଏ ବୋଲି ପ୍ରକାଶ କରିଥିଲେ । ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀ ଓଡ଼ିଆ ବରପୁତ୍ରଙ୍କ ସ୍ବାଭିମାନ, ତ୍ଯାଗ, ବୀରତା ଓ ସଚ୍ଚୋଟ ପଣିଆ ଆଦି ଦିଗ ଉପରେ ଆଲୋକପାତ କରିବା ସହ ନୂତନ ପିଢ଼ି ଏହାର ମାର୍ଗଦର୍ଶୀ ହେବାପାଇଁ ଉତ୍ସାହିତ କରିଥିଲେ । ବରେଣ୍ଯ ଅତିଥିବୃନ୍ଦ ଏ ମାଟିରେ ଜନ୍ମିତ ବରପୁତ୍ରଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ ।WhatsApp Image 2025 04 13 at 08.58.29 ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡିଶାର ବରପୁତ୍ରଙ୍କ ଉପରେ ଆଲୋଚନା

ଏ ପବିତ୍ର ଅବସରରେ ଉପସ୍ଥିତ ଅତିଥିମାନଙ୍କୁ ସମ୍ମାନୀତ କରା ଯାଇଥିଲା ଓ ଅଂଶ ଗ୍ରହଣକାରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ମହାବିଦ୍ୟାଳୟର ଛାତ୍ର, ଛାତ୍ରୀଙ୍କ ସମେତ ଅନେକ ଓଡିଆ ପ୍ରେମୀ ଏଥିରେ ଯୋଗ ଦେଇଥିଲେ । ଉପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ବସନ୍ତ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ମଞ୍ଚ ପରିଚାଳନା କରିଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...