32.9 C
Balāngīr
Friday, June 13, 2025

ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକ ହେଲେ ଇଷ୍ଟର୍ଣ୍ଣ ଏୟାର କମାଣ୍ଡରର କମାଣ୍ଡିଂ ଇନ୍ ଚିଫ୍

Must read

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୦୩/୧୦) : ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକଙ୍କୁ ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍ ଚିଫ୍ ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଥମ ଓଡ଼ିଆ ଭାବେ ସେ ଏହି ଦାୟିତ୍ୱ ପାଇଥିବା ବେଳେ ଆସନ୍ତାକାଲି ଦାୟିତ୍ୱ ଗ୍ରହଣ କରିବେ ଦିଲୀପ ପଟ୍ଟନାୟକ ।

କାରଗିଲ ଯୁଦ୍ଧରେ ଅପୂର୍ବ ସାହସିକତା ପାଇଁ ସେ ବାୟୁସେନା ମେଡାଲ୍ ପାଇଥିଲେ । ଟାଇଗର ହିଲ୍ ରେ ସେ ଲେଜର ଗାଇଡେଡ୍ ବୋମା ପକାଇଥିଲେ । ପ୍ରଥମ ଥର ପାଇଁ ରାତିରେ ସେ ଲେଜର ଗାଇଡେଡ୍ ବୋମା ପକାଇଥିଲେ । ୨୦୨୦ରେ ଓଡ଼ିଆ ବାୟୁସେନା ଅଧିକାରୀ ଏୟାର ମାର୍ଶାଲ ଦିଲୀପଙ୍କୁ ଅତି ବିଶିଷ୍ଟ ସେବା ମେଡାଲ ପ୍ରଦାନ କରାଯାଇଥିଲା ।

ଫାଇଟର ଜେଟ୍ ମିରାଜ୍ ର ପାଇଲଟ୍ ଭାବେ ଦିଲୀପଙ୍କ ଦକ୍ଷତା ରହିଛି । ସେହିଭଳି ମିଗ୍-୨୧ ସହିତ ବିଭିନ୍ନ ପ୍ରକାର ଲଢ଼ୁଆ ବିମାନ ଉଡ଼ାଇବାରେ ସେ ମାହିର । ତାଙ୍କ ପାଖରେ ୨୫ଶହ ଘଣ୍ଟାର ଉଡ଼ାଣ ଭରିବାର ଅଭିଜ୍ଞତା ରହିଛି ।

ଏୟାର ମାର୍ଶାଲ ଦିଲୀପ ପଟ୍ଟନାୟକ ଭୁବନେଶ୍ୱରର ବାସିନ୍ଦା । ସେ ଏଠାରେ ଏକ ନମ୍ବର କେନ୍ଦ୍ରୀୟ ବିଦ୍ୟାଳୟ ଓ ଡିଏମ୍ ସ୍କୁଲ୍ ରେ ପାଠ ପଢ଼ିଥିଲେ । ୧୯୮୪ ମସିହା ଜୁନ୍ ୮ ତାରିଖରେ ସେ ବାୟୁସେନାରେ ଭର୍ତ୍ତି ହୋଇଥିଲେ । ଦିଲୀପ ତାଙ୍କ କ୍ୟାରିୟରରେ ଭାରତୀୟ ବାୟୁସେନାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହି ଦାୟିତ୍ୱ ତୁଲାଇଛନ୍ତି । ଫ୍ରଣ୍ଟଲାଇନ ଫାଇଟରକୁ କମାଣ୍ଡିଂ କରିବାରେ ସେ ମାହିର ମଧ୍ୟ । ସେହିପରି ଏୟାର ଭାଇସ ମାର୍ଶଲ ପୂର୍ବରୁ ସେ ବାୟୁ ସେନାରେ ଅନେକ ପଦପଦବୀରେ କାମ କରିଛନ୍ତି । ଏଥିସହିତ ସେ ଏୟାର ୱାର୍-ଫେୟାର ମହାବିଦ୍ୟାଳୟର କମାଣ୍ଡାଣ୍ଟ ମଧ୍ୟ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...