32.9 C
Balāngīr
Tuesday, May 20, 2025

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି ।

ପ୍ରାକୃତିକ ସଂପଦର ରକ୍ଷା, ପରିବେଶ ସୁରକ୍ଷା ଓ ପୃଥିବୀକୁ ସୁସ୍ଥ ଓ ସୁନ୍ଦର ବନାଇବା ଉଦ୍ଦେଶ୍ୟରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀମାନେ ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭ୍ରମରବର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ହେବା ସହ ବିଦ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ଢେଙ୍କିକୋଟ ବଜାର ଅଞ୍ଚଳ ପରିକ୍ରମା କରିଥିଲା । ଏହି ଶୋଭାଯାତ୍ରା ଛାତ୍ରଛାତ୍ରୀମାନେ ପ୍ରକୃତି ସୁରକ୍ଷା ବିଷୟରେ ପ୍ଲାକାର୍ଡ ଓ ସ୍ଲୋଗାନ୍ ଉପସ୍ଥାପନ କରି ସମାଜକୁ ସନ୍ଦେଶ ଦେଇଥିଲେ ।

ଏହା ବ୍ୟତୀତ ବିଦ୍ୟାଳୟ ପରିସରରେ ଭାଷଣ ପ୍ରତିଯୋଗିତା ଆୟୋଜିତ ହୋଇଥିଲା ଏବଂ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରି ପୃଥିବୀ ଓ ପରିବେଶ ସୁରକ୍ଷା ବିଷୟରେ ଜଣାଇଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମ ଆୟୋଜନରେ ବିଦ୍ୟାଳୟର ଇକୋ କ୍ଲବ ଏକ ମୁଖ୍ୟ ଭୂମିକା ନିର୍ବାହ କରିଥିଲା । ଏହି କ୍ଲବର ଶିକ୍ଷକ ସଦସ୍ୟ ନର୍ମଦା ମହାନ୍ତ, ଭାଗ୍ୟଶ୍ରୀ ଦଳାଇ, ରମାକାନ୍ତ ସେଠି ଓ ମୋନିକା ଦାଶ ଏହାର ବ୍ୟବସ୍ଥାପନା ଓ ସଫଳ ନିର୍ବାହ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ । ସେମାନଙ୍କ ସହ ଅନେକ ଛାତ୍ରଛାତ୍ରୀ ମଧ୍ୟ ଏହି କ୍ଲବର ସଦସ୍ୟ ଭାବରେ ନିର୍ବାହ କାର୍ଯ୍ୟରେ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...