32.9 C
Balāngīr
Thursday, June 12, 2025

ଓଡ଼ିଶା ଉପରେ ସିରିଜ ଘୂର୍ଣ୍ଣିବଳୟ; ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା !

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୦୮) : ଓଡ଼ିଶା ଉପରେ ସିରିଜ ଘୂର୍ଣ୍ଣିବଳୟ। ଦକ୍ଷିଣ ବାଂଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ ।

ଏହା ଉତ୍ତର ଦିଗକୁ ଗତିକରୁଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇପାରେ। ଏହା ସହ ରାଜ୍ୟ ଉପରେ ମୌସୁମୀ ସକ୍ରିୟ ସହ ଝାଡଖଣ୍ଡ ଓ ତା’ର ଆଖପାଖରେ ମଧ୍ୟ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହା ଆଗକୁ ଘନୀଭୂତ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି । ତେଣୁ ଆସନ୍ତା ୫ରୁ ୭ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଶୁକ୍ରବାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଶନିବାର ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ,ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରବିବାର ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଅନୁଗୋଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...