32.9 C
Balāngīr
Friday, April 25, 2025

ଓଡିଆ ପକ୍ଷ ” ପାଳନ ଅବସରରେ ଶନିବାର ଦିନ ସକାଳେ ଏକ ଗଣଦୌଡର କାର୍ଯ୍ୟକ୍ରମ ଅନୁଷ୍ଠିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରାୟଗଡ଼:-ତା. ୫/୦୪-ଆପ୍ର): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ଦିବସ (୧ ଏପ୍ରିଲ ) ଠାରୁ ମହାବିଷୁବ ସଙ୍କ୍ରାନ୍ତି (୧୪ ଏପ୍ରିଲ ) ପର୍ଯ୍ୟନ୍ତ ସମୟକୁ “ଓଡିଆ ପକ୍ଷ ୨୦୨୫” ଭାବେ ପାଳନ ଅବସରରେ ଆଜ ତା ୦୫.୦୪.୨୦୨୫ ତାରିଖ ଶନିବାର ଦିନ ସକାଳେ ଏକ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

ଉକ୍ତ କାର୍ଯ୍ୟକ୍ରମ କ୍ରୀଡା ଓ ଯୁବ ସାଶକ୍ତିକରଣ ବିଭାଗର ନିର୍ଦ୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ଦ୍ବାରା ୦୫/୦୪/୨୫ ତାରିଖ ସକାଳ ୦୫.୩୦ ସମୟରେ ରାୟଗଡ଼ା ସହରରେ ସ୍ଥିତ କାଳୀ ମନ୍ଦିର ଛକ ଠାରୁ ସଦଭାବନା ସ୍ପୋର୍ଟସ କମ୍ପ୍ଲେକ୍ସ ପର୍ଯ୍ୟନ୍ତ ଏକ ଗଣଦୌଡର ଆୟୋଜନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ ଯୋଗଦାନ କରି ପତାକା ଦେଖାଇ ଶୁଭରାମ୍ଭ କରିଥିଲେ l ଏହି ଗଣ ଦୌଡ଼ରେ ଅଂଶଗ୍ରହଣକାରୀ ପ୍ରଥମେ ପଞ୍ଜିକରଣ ପରେ ଐତିହ ଗଣ ଦୌଡ (ୱାକାଥନ) ପ୍ରାରମ୍ଭ ହୋଇଥିଲା।afe16746 3a19 451d a048 41e02ba22b08 ଓଡିଆ ପକ୍ଷ " ପାଳନ ଅବସରରେ ଶନିବାର ଦିନ ସକାଳେ ଏକ ଗଣଦୌଡର କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲା କ୍ରୀଡ଼ା ଅଧିକାରୀଙ୍କ ତତ୍ତ୍ଵାବଧାନରେ ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲେନୁର,ଡି ଆଇ ପି ଆର ଓ ବସନ୍ତ କୁମାର ପ୍ରଧାନ , ଡି ସି ଓ ସୁସ୍ମିତା ବାଉରୀଙ୍କ ସହଯୋଗରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ର କାନ୍ତ ମାଝୀ ଯୋଗ ଦେଇଥିଲେ । ଉକ୍ତ ଗଣଦୌଡ କାର୍ଯ୍ୟକ୍ରମର ଉଦଘାଟନ ଉତ୍ସବ କାଳୀ ମନ୍ଦିର ଛକ ଠାରୁ ଆରମ୍ଭ ହୋଇ ସଦଭାବନା ସ୍ପୋର୍ଟସ କମ୍ପ୍ଲେକ୍ସ -ରାୟାଗଡା ଆର.ଟିଓ ଅଫିସ୍ -ସରସ୍ୱତୀ ଶିଶୁ ମନ୍ଦିର – ପ୍ରେମ ପାହାଡା – ଲାଇଂସକ୍ଲବ ଦେଇ ପରିଶେଷରେ ରାୟଗଡାର ସଦଭାବନା ସ୍ପୋର୍ଟସ କମ୍ପ୍ଲେକ୍ସ ସମାପ୍ତ ହେଇଥିଲା । ତାପରେ ଉତ୍ସବଟି ଉଦଯାପନ ସହ ସମସ୍ତ ଅଂଶଗ୍ରହଣକାରୀ ସକାଶେ ଜଳପାନର ବ୍ୟବସ୍ଥା କରାଯାଇଥିଲା।

ଉକ୍ତ ଗଣଦୌଡର କାର୍ଯ୍ୟକ୍ରମରେ ଏଡିଏମ ଶ୍ରୀ ନାୟକ , ପିଏ ଆଇ ଟି ଡି ଏ ଶ୍ରୀ ମାଝୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କାଳୁଚରଣ ମାଝୀ, କର୍ମକର୍ତ୍ତା ଓ ସହ କର୍ମକର୍ତ୍ତା ବୃନ୍ଦ, ଡି ସି ଓ ସହ କର୍ମକର୍ତ୍ତା ବୃନ୍ଦ,କ୍ରୀଡାବିତ୍, ୱାକର୍ଶ କ୍ଲବ ସଦସ୍ୟମାନେ,ବୁଦ୍ଧିଜୀବୀ,ଜନସାଧାରଣ,ଉମେନ୍ସ କଲେଜର ବିଦ୍ୟାର୍ଥୀମାନେ,ମହାବିଦ୍ୟାଳୟର ବିଦ୍ୟାର୍ଥିମାନେ ଯୋଗଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...