32.9 C
Balāngīr
Thursday, June 12, 2025

କଟକଣା ସତ୍ବେ ଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

Must read

ଭୁବନେଶ୍ୱର, (୨୦/୦୫) : ଆପ୍ର. : କଟକଣା ଭିତରେ ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ

ସୋମବାର ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ପ୍ରାୟ ୧୫ ମିନିଟ୍ ଏହି ଡ୍ରୋନ୍ ଉଡ଼ିଥିବା ଦେଖିବାକୁ ମିଳିଛି। ଡ୍ରୋନ ଉଡ଼ିବା ନେଇ ଡିଜିପିଙ୍କ ପୂର୍ବରୁ କଟକଣା ରହିଥିଲା । ଏହା ସତ୍ତ୍ବେ ମଧ୍ୟ ଉଡ଼ିଛି ଡ୍ରୋନ୍। ଏହା ଦେଖିବା ପରେ ପୋଲିସକୁ ମନ୍ଦିର ସେବାୟତ ଅବଗତ କରିଥିଲେ । ତେବେ ଏହି ଡ୍ରୋନ କିଏ କାହିଁକି ଉଡ଼ାଇଛନ୍ତି ତାହାକୁ ନେଇ ପ୍ରଶ୍ନ ଉଠିଥିବା ବେଳେ ମନ୍ଦିର ସୁରକ୍ଷାକୁ ନେଇ ସ୍ଥାନୀୟ ବାସିନ୍ଦା ଚିନ୍ତାପ୍ରକଟ କରିଛନ୍ତି । ଗୋଟିଏ ପଟେ ପାକିସ୍ତାନୀ ଗୁପ୍ତଚରଙ୍କ ପୁରୀ ଲିଙ୍କକୁ ପୋଲିସ ତନାଘନା ଜାରି ରଖିଥିବା ବେଳେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଡ୍ରୋନ ଉଡ଼ିବା ପ୍ରସଙ୍ଗ ଏବେ ଆହୁରି ସଙ୍ଗୀନ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...