32.9 C
Balāngīr
Saturday, July 12, 2025

କଣ୍ଟେନର ସହିତ ୩ କୁଇଣ୍ଟାଲ୍ ୭୫ କେଜି ଗଞ୍ଜେଇ ଜବତ : ୨ଜଣ ଗିରଫ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୭/୦୫) : ସୋନପୁର ପୁଲିସକୁ ବଡ ସଫଳତା । କଣ୍ଟେନର ସହିତ ୩ କୁଇଣ୍ଟାଲ୍ ୭୫ କେଜି ଗଞ୍ଜେଇ ଜବତ କରିଛି ସୋନପୁର ପୁଲିସ ।WhatsApp Image 2024 05 28 at 05.40.05 କଣ୍ଟେନର ସହିତ ୩ କୁଇଣ୍ଟାଲ୍ ୭୫ କେଜି ଗଞ୍ଜେଇ ଜବତ : ୨ଜଣ ଗିରଫ

ଏହା ସହ ମଧ୍ୟପ୍ରଦେଶ ରାଜ୍ୟର ୨ ଅଭିଯୁକ୍ତକୁ ଗିରଫ କରାଯାଇଛି । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଞ୍ଚଳରୁ ବାହାର ରାଜ୍ୟକୁ ଯାଉଥିଲା ଗଞ୍ଜେଇ । ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ସୂଚନା l ପୁଲିସ ସୂଚନା ଅନୁସାରେ ଗତକାଲି ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ସୋନପୁର ପୋଲିସ ସ୍ଥାନୀୟ କୁଞ୍ଜ ଛକ ଠାରୁ ବ୍ଲକ ଛକ ପର୍ଯ୍ୟନ୍ତ ଟ୍ରାକିଂ କରିଥିଲା । ଏହି ସମୟରେ ଏକ କଣ୍ଟେନର ନମ୍ବର MP -୧୮ GA -୨୭୩୬ ଲୁହା ଛଡ଼ ନେଇ ଯାଉଥିବାବେଳେ ତାକୁ ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରେ ପୋଲିସ ପକ୍ଷରୁ ତନଖି କରାଯାଇଥିଲା । ତେବେ କଣ୍ଟେନର୍ ଭିତରେ ୧୫ ବସ୍ତା ଗଞ୍ଜେଇ ଥିବା ଜାଣିବାକୁ ପାଇଥିଲା ପୁଲିସ ।

ସୋନପୁର ପୋଲିସ ଉକ୍ତ କଣ୍ଟେନର କୁ ଜବତ୍ କରିବା ସହିତ ଗାଡ଼ି ଚାଳକ ଓ ଆଉ ଜଣେ ବ୍ୟକ୍ତିକୁ ଗିରଫ କରିଛି । ଗିରଫ ବ୍ୟକ୍ତିମାନେ ହେଲେ ମଧ୍ୟପ୍ରଦେଶ ରାଜ୍ୟର ବିନୋଦ ମାଂଝୀ ଓ ବିଜୟ ଗାଭ୍ଲେ। ଉଭୟଙ୍କୁ ଆଜି କୋର୍ଟ ଚାଲାଣ କରାଯିବା ନେଇ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମାଲ l

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...