32.9 C
Balāngīr
Wednesday, April 23, 2025

କନ୍ଧପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

Must read

ଦେଓଗାଁ, (୨୮/୦୩) : ଆପ୍ର. : ଦେଓଗାଁ ବ୍ଲକ କଛାରପାଲି ଅନ୍ତର୍ଗତ କନ୍ଧପାଲି ପ୍ରାଥମିକ ସ୍କୁଲର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି ।

ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜ୍ୟୋସ୍ନାଞ୍ଜଳି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଏବିଇଓ ଅଜିତ ମିଶ୍ର, ମୁଖ୍ୟବକ୍ତା ଭାବେ ସିଆର୍‌ସିସି ସୁଶାନ୍ତ ମହାନ୍ତି, ସମ୍ମାନିତ ଅତିଥି ଭାବେ ବ୍ରହ୍ମଣୀଜୋର ସିଆର୍‌ସିସି ମଣ୍ଟୁ ସାମଲ ଅନ୍ୟାନ୍ୟ ସ୍କୁଲ ପରିଚାଳନା କମିଟି ସଭାପତି, ଆଶା, ଅଙ୍ଗନୱାଡ଼ି କର୍ମୀ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋସ୍ନାଞ୍ଜଳୀ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ଆରତୀ ଦାନୀ ଓ ଏବିଇଓ ଅଜିତ ମିଶ୍ରଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ପରିଚାଳନା କମିଟି ସଭ୍ୟ, ସଭ୍ୟା ତଥା ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶିକ୍ଷୟିତ୍ରୀ ଶ୍ରୀମତୀ ଆରତୀ ଦାନୀ ଧନ୍ୟବାଦ୍ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...