32.9 C
Balāngīr
Thursday, June 12, 2025

କପିଲାଭଟାରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଶୁଭଖମ୍ବ ସ୍ଥାପନ”

Must read

ରିପୋର୍ଟ : ଭଗବାନ ମହାନ୍ତି
ବଙ୍ଗୋମୁଣ୍ଡା, (୨୮/୦୪) : ବଙ୍ଗୋମୁଣ୍ଡା ବ୍ଲକ୍‌ କପିଲାଭଟା ଗ୍ରାମର ବରଗଛ ପଡାରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଶୁଭଖମ୍ବ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ କର୍ତ୍ତା ଭାବେ ରାମଚନ୍ଦ୍ର ହଂସ ଓ ତାଙ୍କ ସହଧର୍ମିଣୀ ନୃପତି ହଂସ ଦାୟିତ୍ୱ ତୁଲାଇଥିବା ବେଳେ ପୂଜକ ଭାବେ ମନୋଜ ମିଶ୍ର ଦାୟିତ୍ଵ ନିର୍ବାହ କରିଥିଲେ । ଏହି କାର୍ଯ୍ୟକ୍ରମ କମିଟିର ସଭାପତି ଭାବେ ଲୋକନାଥ ହଂସ, ସମ୍ପାଦକ ଅଶୋକ କୁମାର ବିଶି, ସହ ସମ୍ପାଦକ ହୁଲେଶ୍ୱର ହଂସ, କୋଷାଧ୍ୟକ୍ଷ ନରଫଳ ହଂସ, ସହ କୋଷାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ବିଶି, ସଂଗଠକ ଭାବେ ପ୍ରେମଲାଲ ହଂସ, ସଦସ୍ୟ ଭାବେ କର୍ଣ୍ଣ ହଂସ, ନରେନ୍ଦ୍ର ପୁଞ୍ଜି, ସୁରେଶ ହଂସ ପ୍ରମୁଖ ସଦସ୍ୟ ରହିଛନ୍ତି । ଉପଦେଷ୍ଟା ଭାବେ ପଙ୍କଜ ବିଶି, ନିର୍ଦୟ ବିଶି, ନୀଳମଣି ବିଶି, ଡମ୍ବରୁ ହଂସ ପ୍ରମୁଖଙ୍କ ସହ ଆୟୋଜକ କମିଟିର ସମସ୍ତ ସଦସ୍ୟ ସହ ଗ୍ରାମବାସୀ ସହଯୋଗ କରିଥିଲେ । ଆସନ୍ତା ମଇ ମାସ ୧୨ ତାରିଖ ଅଧିବାସ, ୧୩ ତାରିଖ ନାମ ଆରମ୍ଭ ହୋଇ ୧୫ ତାରିଖ ପୂର୍ଣ୍ଣାହୁତି ହେବ ବୋଲି ଆୟୋଜକ କମିଟି ପକ୍ଷରୁ କୁହାଯାଇଛି ।”

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...