32.9 C
Balāngīr
Thursday, June 12, 2025

କରୋନା ମୃତକଙ୍କ ପରିବାରକୁ ମିଳିବ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା

Must read

ରିପୋର୍ଟ : ସୁଭାସିସ ନାୟକ
ନୂଆଦିଲ୍ଲୀ,(୨୩/୦୯) : ମହାମାରୀ କରୋନା ସଂକ୍ରମଣରେ କରୋନା ମୃତକଙ୍କ ପରିବାରକୁ ମିଳିବ ୫୦,୦୦୦ ଟଙ୍କାର କ୍ଷତିପୂରଣ । ରାଜ୍ୟ ସରକାର ଏହି ଟଙ୍କା ଦେବେ । ଏନେଇ କେନ୍ଦ୍ର ସରକାର ବୁଧବାର ସୁପ୍ରିମକୋର୍ଟକୁ ଜଣାଇଛନ୍ତି ।

ରାଜ୍ୟ ସରକାର ସେମାନଙ୍କ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଏହି ଟଙ୍କା ବହନ କରିବେ । ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ କିମ୍ବା ଜିଲ୍ଲା ପ୍ରଶାସନ ମାଧ୍ୟମରେ ଯୋଗ୍ୟ ଆଶାୟୀଙ୍କୁ ପ୍ରଦାନ କରାଯିବ ବୋଲି କୁହାଯାଇଛି । ୫୦ ହଜାର ଟଙ୍କା ସହ କରୋନା ମୃତକଙ୍କ ପରିବାର ସଦସ୍ୟ ଙ୍କ ଭବିଷ୍ୟତ ପାଇଁ ମଧ୍ୟ ବ୍ୟବସ୍ଥା କରିବାକୁ କୋର୍ଟଙ୍କୁ କୁହାଯାଇଛି ।

କୋଭିଡରେ ପ୍ରାଣ ହରାଉଥିବା ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ନେଇ ପୂର୍ବରୁ ସୁପ୍ରିମକୋର୍ଟ ଅର୍ଡÿର କରିଥିଲେ । ସହାୟତା ରାଶି କେତେ ହେବ ସେ ସମ୍ପର୍କରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏନ୍ଡିଏମ୍ଏ) ଗାଇଡଲାଇନ୍ସ ଜାରି କରିବାକୁ କୋର୍ଟ କହିଥିଲେ ।

କୋଭିଡ୍ ମୃତକଙ୍କ ପରିବାରକୁ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦେବାଲାଗି ଆବେଦନ ହୋଇଥିଲା । କେନ୍ଦ୍ର ସରକାର କହିଥିଲେ ଯେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେଇହେବ ନାହିଁ । କାରଣ ଏଭଳି କ୍ଷତିପୂରଣ ପ୍ରଦାନ କରାଗଲେ ବିପର୍ଯ୍ୟୟ ପରିଚାଳନା ପାଣ୍ଠି ଖାଲି ହୋଇଯିବ । ରାଜ୍ୟମାନେ ଅନ୍ୟ ବିପର୍ଯ୍ୟୟର ମୁକାବିଲା କରିପାରିବେ ନାହିଁ ।

ସୁପ୍ରିମକୋର୍ଟ କହିଥିଲେ ଯେ ଏନ୍ଡିଏମ୍ଏର ଧାରା ୧୨ରେ ବିପର୍ଯ୍ୟୟ ମୃତ୍ୟୁରେ କ୍ଷତିପୂରଣ ଦେବାକୁ ବ୍ୟବସ୍ଥା ରହିଛି । ଏହାକୁ ପୂରଣ କରିବା ହେଉଛି ସରକାରଙ୍କ ଦାୟିତ୍ୱ । ତେବେ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ କ୍ଷତିପୂରଣ ସମ୍ପର୍କରେ ସୁପ୍ରିମକୋର୍ଟକୁ ଅବଗତ କରାଯାଇଛି । ସମସ୍ତ ମୃତକଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...