32.9 C
Balāngīr
Saturday, April 26, 2025

କଲବଲ କରିବ କୁହୁଡ଼ି !

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୨/୦୧) : ରାଜ୍ୟରେ ଆଜିଠୁ ଶୀତର ପ୍ରକୋପ କମିବା ସହିତ କୁହୁଡ଼ିର ପରିମାଣ ବଢିବ ବୋଲି ସୂଚନା ମିଳିଛି ।

କଲବଲ କରିବ କୁହୁଡ଼ି ! ଜଳଭାଗ ଅଞ୍ଚଳରେ ଗୁରୁଚାପ ବଳୟ ରହିବ ଯାହାର ପ୍ରଭାବରେ ସ୍ଥଳଭାଗରେ ଉଷ୍ଣ ଜଳୀୟବାଷ୍ପ ବାୟୁ ରହିବ । ସେଥିପାଇଁ ରାଜ୍ୟରେ ଶୀତର ପ୍ରକୋପ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ସୂଚନା ମିଳିଛି । ଘନ କୁହୁଡ଼ି ପାଇଁ ୪ ଜିଲ୍ଲାକୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ଘନ କୁହୁଡ଼ିରେ ଦୃଶ୍ୟମାନ ଦୂରତା ୫୦ ମିଟର ତଳକୁ ଖସିଆସିବ ବୋଲି ସୂଚନା ମିଳିଛି । କୁହୁଡି ସମୟରେ ଦୁର୍ଘଟଣା ଘଟିବାର ସମ୍ଭାବନା ଅଧିକ ଥିବାରୁ ଗାଡି ଧୀରେ ଚଳାଇବାକୁ ପରାମର୍ଶ ଦିଆଯାଇଛି । ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କୁହୁଡି ଦୃଶ୍ୟମାନ ହେବା ସହିତ ଶୀତର ପ୍ରକୋପ ହ୍ରାସ ପାଇଥିଲା । କୁହୁଡି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...