32.9 C
Balāngīr
Saturday, April 26, 2025

କଲବଲ କଲାଣି ତାତି : ଫେବୃଆରୀରେ ତାପମାତ୍ରା ୩୬ ଡିଗ୍ରୀ ପାର୍‌

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୩/୦୨) : ଫେବୃଆରୀ ମାସ ଆରମ୍ଭରୁ କଲବଲ କଲାଣି ତାତି । ଆଗକୁ ତାତି ଆହୁରି ବଢ଼ିବ । ଚାଲିଛି ମାଘ ମାସ ହେଲେ ରାତିରେ ଆଉ ଶୀତ ଅନୁଭୂତ ହେଉନି ।

ଆଗକୁ ଆହୁରି ଖରା ବଢିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଚଳିତ ବର୍ଷ ପ୍ରଥମ ଥର ପାଇଁ ଫେବୃଆରୀରେ ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରିଛି । ରବିବାର ବଲାଙ୍ଗିରରେ ତାପମାତ୍ରା ୩୬.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ଟିଟିଲାଗଡ଼ରେ ୩୬ଡିଗ୍ରୀ , ପାରଳାଖେମୁଣ୍ଡିରେ ୩୫.୮ଡିଗ୍ରୀ , ଝାରସୁଗୁଡ଼ାରେ ୩୫.୬ ଡିଗ୍ରୀ , ସମ୍ବଲପୁରରେ ୩୫.୧ ଡିଗ୍ରୀ ଓ ଭବାନୀପାଟଣାରେ ୩୫ ଡିଗ୍ରୀ ରେକର୍ଡ ହୋଇଛି ।

ତେବେ ଆଗକୁ ତାପମାତ୍ରା ଅଧିକ ରହିବା ଯୋଗୁ ଦିନରେ ମଧ୍ୟ ଅତ୍ୟଧିକ ତାତି ସହ ଗରମ ଅନୁଭୂତ ହେବ । ସମ୍ଭବତଃ କିଛି ଦିନପାଇଁ ରାତିରେ ପାଣିପାଗ ସ୍ଥିତି ଆରାମଦାୟକ ରହିବ । ହେଲେ କିଛି ଦିନ ପାଇଁ ତାପମାତ୍ରା ବଢ଼ିବା ଓ କମିବା ଜାରି ରହିବ । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୫ ତାରିଖରୁ ତାତି ଅଧିକ ହେବ ୬ ତାରିଖରୁ ତାତି ସାମାନ୍ୟ କମି ପୁଣି ବଢିବ କିନ୍ତୁ ଶୀତ ଆଉ ଫେରିବନି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...