32.9 C
Balāngīr
Monday, April 28, 2025

କଲେଜ ପରିସରରେ ଗଣ୍ଡଗୋଳ, ଛାତ୍ରଙ୍କ ଛୁରା ମାଡ଼ରେ ୩ ଅଣଛାତ୍ର ଗୁରୁତର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୧୩/୦୧) : କଲେଜ ପରିସରରେ ଚାଲିଲା ଛୁରୀ । ଖଲ୍ଲିକୋଟ ରାମଚନ୍ଦ୍ର ମର୍ଦ୍ଧରାଜ ବିଜ୍ଞାନ କଲେଜରେ ଜଣେ ଯୁକ୍ତ ୩ର ପ୍ରଥମ ବର୍ଷର ଛାତ୍ରଙ୍କ ଛୁରା ମାଡ଼ରେ ୩ ଜଣ ଅଣଛାତ୍ର ଆହତ ହୋଇଛନ୍ତି ।

ସେମାନଙ୍କୁ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣା ପରେ ଅଭିଯୁକ୍ତ ଛାତ୍ର ମେଘେନା ପାହାନ ଫେରାର ହୋଇଯାଇଥିବା ଜଣାପଡ଼ିଛି । ବୁଧବାର ମେଘନା ପାହାନ ସେମିଷ୍ଟାର ପରୀକ୍ଷା ଦେଇ ଆସୁଥିଲେ । ତାଙ୍କୁ ମାଡ଼ ମାରିବାକୁ ପୂର୍ବରୁ କଲେଜ ପଡ଼ିଆରେ ୩ ଜଣ ଅଣଛାତ୍ର ଜଗି ବସିଥିଲେ । ଅଣଛାତ୍ରମାନେ ତାଙ୍କୁ ପାଖକୁ ଡାକିଥିଲେ ।

ଏହା ପରେ ଉଭୟ ପକ୍ଷ ମଧ୍ୟରେ ବଚସା ହୋଇଥିଲା । ଏହା ପରେ ନିଜ ବ୍ୟାଗରେ ଥିବା ଛୁରୀ ବାହାର କରି ଛାତ୍ର ଜଣଙ୍କ ସେମାନଙ୍କୁ ଆକ୍ରମଣ କରିଥିଲେ । ଫଳରେ ତିନି ଜଣ ଗୁରୁତର ହୋଇ ପଡ଼ିଥିବା ସୂଚନା ହସ୍ତଗତ ହୋଇଛି । ଏ ନେଇ ଖଲ୍ଲିକୋଟ ଥାନାରେ ଅଭିଯୋଗ ହୋଇଛି । ପୋଲିସ ଘଟଣାର ଯାଞ୍ଚ ଆରମ୍ଭ କରିଛି । ତେବେ କଣ ପାଇଁ ଝଗଡ଼ା ଏବଂ ଛୁରୀ ମାଡ଼ ହୋଇଛି ସେ ନେଇ କିଛି ସ୍ପଷ୍ଟ ହୋଇପାରି ନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...