32.9 C
Balāngīr
Friday, April 25, 2025

କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Must read

ରାୟଗଡା/କଲ୍ୟାଣସିଂପୁର, (୨୫/୦୩) : ୨୪/୦୩/୨୦୨୫ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗିଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 03 24 at 19.58.19 କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ନବୀନ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ସିଡ଼ିଓ ଅକ୍ଷୟ କୁମାର ଖେମୁଣ୍ଡୁ,ଉପ ଜିଲ୍ଲାପାଳଙ୍କ କାର୍ଯ୍ୟଳୟର ଡେପୁଟି କଲେକଟର,, ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀ, ଅତିରକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ମମତା ସାହୁ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ୪୯ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ ।

ସେଥି ମଧ୍ୟରୁ ୨୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୨୨ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା , ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ବିଦ୍ୟୁତ ଯୋଗାଣ, ପିଡ଼ିଏସ ଯୋଗାଣ ଆଦି ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ପାଇବା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶିବିରରେ ତହସିଲଦାର,କଲ୍ୟାଣ ସିଂପୁର, ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଅଭିଯୋଗ ଶୁଣାଣି ଶିବିରକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମନୀଷା ଦାସ,ସହକାରୀ ଜିଲ୍ଲାପାଳ (ଗ୍ରୀଭାନ୍ସ) ସସ୍ମିତା ପଟ୍ଟନାୟକ ପରିଚାଳନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...