32.9 C
Balāngīr
Thursday, June 12, 2025

କାଠଯୋଡ଼ିରେ ବୁଡି ଦୁଇ ଜଣ ଯୁବକ ନିଖୋଜ, ଜଣଙ୍କର ମୃତ ଦେହ ଉଦ୍ଧାର

Must read

କଟକ, (୧୯/୦୫) : ଆପ୍ର. : ଗାଧେଇଲା ବେଳେ ଅଘଟଣ । କଟକ ସଡ଼ିଏ ୧୧ ନିକଟ କାଠଯୋଡ଼ି ଗଡା ନିକଟରେ ଗାଧେଇଲା ବେଳେ ବୁଡି ଗଲେ ଦୁଇ ଯୁବ ଇଞ୍ଜିନିୟର

ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । ସୂଚନା ମୁତାବକ ଏସିବି ସମ୍ପ୍ରସାରଣ କାର୍ଯ୍ୟ ରେ ଏକ କମ୍ପାନୀ ପକ୍ଷରୁ ନିୟୋଜିତ ରୁତିକେଶ ମାତାଲ, ବୟସ ୨୫ ଓ ରୁତିକ ଭଂଜେ, ବୟସ ୨୪ କାଠଯୋଡ଼ି କୁ ଗାଧେଇବା ପାଇଁ ଆସିଥିଲେ । ଦୁଇ ଜଣଙ୍କ ଘର ମହାରାଷ୍ଟ୍ରରେ। ସିଡିଏ ୧୧ ସ୍ଥିତ କାଠଯୋଡ଼ି ଗଡ଼ା ନିକଟକୁ ଚାରି ଜଣ ସାଙ୍ଗ ହୋଇ ଆସିଥିଲେ ।

ଦୁଇ ଜଣ ଗାଧେଇବା ବେଳେ ଦୁଇ ଜଣ ବୁରୁଜ ଉପରେ ବସିଥିଲେ। ହଠାତ ଗାଧେଇବା ବେଳେ ଦୁଇ ଜଣ ବୁଡି ଯାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। କିଛି ସମୟ ମଧ୍ୟରେ ରୁତିକେଶ ମାତାଲଙ୍କ ମୃତ ଶରୀରକୁ ଉଦ୍ଧାର କରିଥିଲେ ଅଗ୍ନିଶମ ବାହିନୀ । ରୁତିକ ଭଂଜେଙ୍କୁ ଉଦ୍ଧାର କରିବା ପାଇଁ ଅଗ୍ନିଶମ ବାହିନୀ ପକ୍ଷରୁ ଚେଷ୍ଟା ଜାରି ରହିଛି।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...