32.9 C
Balāngīr
Monday, April 28, 2025

କାମାକ୍ଷା ଏକ୍ସପ୍ରେସ୍‌ ର ୧୧ଟି ବଗି ଲାଇନ୍‌ଚ୍ୟୁତ : ଅନେକ ଆହତ, ଜଣେ ଯାତ୍ରୀ ମୃତ

Must read

କଟକ, (୩୦/୦୩) : ଆପ୍ର. : ଟ୍ରେନ ଦୁର୍ଘଟଣା। କଟକ ମଙ୍ଗୁଳି ନିକଟ ନିର୍ଗୁଣ୍ଡି ଠାରେ କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଛି ।

ରବିବାର ପୂର୍ବାହ୍ନ ୧୧ଟା ୫୪ ମିନିଟ୍‌ରେ ବେଙ୍ଗଳୁରୁ-କାମାକ୍ଷା ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବାର ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି । ଘଟଣାସ୍ଥଳରେ ପୋଲିସ୍ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ପହଞ୍ଚିଛନ୍ତି । ଆହତ ହୋଇଥିବା କେତେଜଣ ଯାତ୍ରୀଙ୍କୁ ଡାକ୍ତରଖାନାକୁ ନିଆଯାଇଛି । ଜଣେ ଯାତ୍ରୀ ମୃତ ତେବେ କେତେଜଣ ଆହତ ହୋଇଛନ୍ତି, ନିର୍ଦ୍ଦିଷ୍ଟ ଭାବେ ତାହା ଜଣାପଡିନାହିଁ ।ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳରେ ଅଛନ୍ତି । କିଛି ଆହତଙ୍କୁ ଷ୍ଟ୍ରେଚରରେ ଚିକିତ୍ସା ପାଇଁ ଏସସିବି ମେଡିକାଲ ନିଆଯାଇଛି ।

ତେବେ ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇ ଖରାରେ ଛିଡା ହନ୍ତସନ୍ତ ହେଉଛନ୍ତି । ଯାତ୍ରୀମାନଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଯିବ ବୋଲି ପୂର୍ବତଟ ରେଳବାଇର ସିପିଆରଓ ଅଶୋକ ମିଶ୍ର କହିଛନ୍ତି । ଅନ୍ୟପଟେ ଏକ୍ସପ୍ରେସ ଲାଇନଚ୍ୟୁତ ପରେ ଅନେକ ଟ୍ରେନ୍‌ର ଗତିପଥ ପରିବର୍ତ୍ତନ ହୋଇଛି । ଧଉଳି, ନୀଳାଚଳ, ପୁରୁଲିଆ ସୁପରଫାଷ୍ଟର ଗତିପଥ ବଦଳାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...