32.9 C
Balāngīr
Tuesday, May 13, 2025

କାମ କରୁଥିବା ସମୟରେ ବୃଦ୍ଧଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର, ପୋଲିସର ତଦନ୍ତ ଜାରି

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଉଦଳା, (୦୯/୦୫) : ଆପ୍ର. : ମୟୂରଭଞ୍ଜ ଜିଲ୍ଲାରେ ଏକ ଦୁଃଖଦ ଘଟଣା ଘଟିଛି । କେନାଲ କାମ କରୁଥିବା ସମୟରେ ଜଣେ ବୃଦ୍ଧଙ୍କୁ ଟ୍ରାକ୍ଟର ଧକ୍କା ଦେଇଛି ଯାହାଫଳରେ ବୃଦ୍ଧଙ୍କ ଜୀବନ ଚାଲିଯାଇଛି

ଏହି ଘଟଣାଟି ଉଦଳା ଥାନା ସୀମା ଅନ୍ତର୍ଗତ ଘାଗରାଗଡ଼ି ଗାଁ’ରେ ଘଟିଛି । ମୃତକଙ୍କ ନାମ ଘାଗରାଗଡି ଗାଁର ଲାଦ୍ରା ସିଂହ ବୋଲି ଚିହ୍ନଟ କରାଯାଇଛି । ସୂଚନା ଅନୁସାରେ ଆଜି ଘାଗରାଗଡ଼ି ଗାଁରେ ଜଳସେଚନ ବିଭାଗ ଦ୍ୱାରା କେନାଲ କାମ କରାଯାଉଥିଲା । ଗାଁର ଲାଦ୍ରା ସିଂହ କିଛି ମାପ କରୁଥିଲେ, ଠିକ୍ ସେହି ସମୟରେ ପଥର ବୋଝେଇ ଟ୍ରାକ୍ଟର ପଥରଗୁଡ଼ିକୁ ଅନଲୋଡ୍ କରିବା ପାଇଁ ଘଟଣାସ୍ଥଳକୁ ଆସିଥିଲା ।

ଏହି ସମୟରେ, ଟ୍ରାକ୍ଟରଟି ଓଲଟା ଯାଉଥିବା ସମୟରେ ପ୍ରଥମେ ବୃଦ୍ଧଙ୍କୁ ଧକ୍କା ଦେଇଥିଲା ଏବଂ ପରେ ତାଙ୍କ ଉପରେ ଚଢ଼ି ଯାଇଥିଲା । ଦୁର୍ଘଟଣା ଫଳରେ, ଲାଦ୍ରାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା । ସୂଚନା ପାଇ ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ପରେ ଟ୍ରାକ୍ଟର ଡ୍ରାଇଭର ଫେରାର୍ ହୋଇଯାଇଥିବା ବେଳେ ପୋଲିସ ଟ୍ରାକ୍ଟର କୁ ଜବତ କରିଛି । ଏହି ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...