32.9 C
Balāngīr
Wednesday, April 23, 2025

କାର୍ଯ୍ୟରତ କନେଷ୍ଟବଳଙ୍କ ଆତ୍ମହତ୍ୟା, ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର

Must read

କାକଟପୁର, (୧୪/୦୪) : ଆପ୍ର. : ଅସ୍ତରଙ୍ଗ ସାମୁଦ୍ରିକ ଥାନାରେ କାର୍ଯ୍ୟରତ କନେଷ୍ଟବଳ ସନ୍ତୋଷ କୁମାର ସେଠୀଙ୍କ ଆତ୍ମହତ୍ୟା

ଗତକାଲି ରାତିରେ ନିଜ ପୈତୃକ ଘରେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଘର ଭିତରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ବେକରେ ଶାଢ଼ୀ ବାନ୍ଧି ଫ୍ୟାନରେ ଝୁଲି ପଡ଼ିଥିଲେ । ସୂଚନା ମୁତାବକ, ଗତକାଲି ରାତିରେ ଗାଁ ନିକଟରେ ଯାତ୍ରା ଦେଖିବାକୁ ପରିବାର ସହ ଯାଇଥିଲେ ସନ୍ତୋଷ । ଯାତ୍ରା ଅଧାରୁ ଘରକୁ ଫେରି ଆସିଥିଲେ ।

ସକାଳେ ପରିବାର ଲୋକ ଫେରି ଘର ଭିତର ପଟୁ ବନ୍ଦ ଥିବା ଦେଖିବାକୁ ପାଇଥିଲେ । କବାଟ ଭାଙ୍ଗି ଘରେ ପଶିବା ପରେ ସନ୍ତୋଷଙ୍କ ମୃତଦେହ ଫ୍ୟାନରେ ଝୁଲିଥିବା ଦେଖିବାକୁ ପାଇଥିଲେ । ଅସ୍ତରଙ୍ଗ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ତେବେ ଆତ୍ମହତ୍ୟା କାହିଁକି କଲେ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...