32.9 C
Balāngīr
Tuesday, May 13, 2025

କାର ଧକ୍କାରେ ଯୁବକଙ୍କ ମୃତ୍ୟୁ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଗୋପାଳପୁର, (୦୫/୦୫) : ଆପ୍ର. : ଗୋଳନ୍ଥରା ଥାନା ଅନ୍ତର୍ଗତ ଭାଳିଆଗଡ଼ ୧୬ ନଂ ଜାତୀୟ ରାଜପଥରେ ଶନିବାର ବିଳମ୍ବିତ ରାତିରେ ରାସ୍ତା ପାର ହେଉଥିବା ବେଳେ ଜଣେ ଯୁବକଙ୍କୁ କାର ଧକ୍କା ଦେବା ଫଳରେ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ପୁଲିସ ପକ୍ଷରୁ ସୂଚନା ମିଳିଛି ।

ମୃତକ ଜଣଙ୍କ ହେଲେ ଭାଳିଆଗଡ ଗାଁର ଟୁକୁନା ସେଠୀ (୪୦) ବୋଲି ଜଣା ପଡିଛି। ଶନିବାର ବିଳମ୍ବିତ ରାତିରେ ଟୁକୁନା ଚାଲି ଚାଲି ନିଜ ଗ୍ରାମ ଭାଲିଆଗଡ଼କୁ ଯାଉଥିବା ବେଳେ ଜାତୀୟ ରାଜପଥରେ ଇଚ୍ଛାପୁର ପଟୁ ଏକ କାର( ଓଡି୧୦ୱାୟୀ -୦୦୨୫) ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଟୁକୁନା ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ରବିବାର ଭୋର ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଏ ନେଇ ମୃତ ଟୁକୁନାଙ୍କ ପତ୍ନୀ ହୀରା ସେଠୀ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିବା ପରେ ଥାନା କେସ ନଂ ୧୮୭/୨୫ରେ ଏକ ଦୁର୍ଘଟଣା ମାମଲା ରୁଜୁ ହୋଇଛି । ଦୁର୍ଘଟଣା ଘଟାଇଥିବା କାରକୁ ଜବତ ସହ ତଦନ୍ତ ଜାରି ରହିଥିବା ପୁଲିସ ସୂଚନା ଦେଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...