32.9 C
Balāngīr
Wednesday, April 23, 2025

କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୧୫/୦୧) : କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ । ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।

ଏପରି ଏକ ଘଟଣା କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ପାଣୁପଶି ଗ୍ରାମ ନିକଟରେ ଘଟିଛି। ମୃତକ ହେଲେ ପାଣୁପଶି ଗ୍ରାମର ସୁବ୍ରତ ମହାକୁଡ । ଘଟଣାସ୍ଥଳରେ ଘଟଗାଁ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ । ପରିବାର ଲୋକଙ୍କ କହିବା ଅନୁସାରେ ସୁବ୍ରତ ଗତକାଲି ରାତି ୭ଟା ସମୟରେ ଘରୁ ବାହାରି ଆସିଥିଲେ । ମାତ୍ର ରାତିରେ ଆଉ ସେ ଆଉ ଘରକୁ ଫେରି ନ ଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି ତାଙ୍କ ପତ୍ତା ପାଇ ପାରି ନ ଥିଲେ।

ଆଜି ସକାଳେ ସୁବ୍ରତଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖି ଗାଁ ଲୋକେ ସୁବ୍ରତଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର ଲୋକେ ପହଞ୍ଚି ପୁଅର ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ସୁବତ୍ରଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବାରୁ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । ଖବର ପାଇ ପୁଲିସ୍ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଗାଁ’ର ପ୍ରଶାନ୍ତ ନାୟକଙ୍କ ଘର ପାଖରେ ମୃତଦେହଟି ପଡ଼ିଥିବା ବେଳେ ପୁଲିସ୍ ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ତଦନ୍ତ ଜାରୀ ରଖିଛି । ପରକ୍ରିୟା ପ୍ରୀତିକୁ ନେଇ ଏହି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

 

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...