32.9 C
Balāngīr
Saturday, July 12, 2025

କାଲି ତୃତୀୟ ପର୍ଯ୍ୟାୟ ଭୋଟିଂ,ହେବ ବିଗ୍‌ ଫାଇଟ୍‌

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୪/୦୫) : ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍, ଏଥିପାଇଁ ଗତକାଲି ସରିଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ ।

ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ । ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ । କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ । ପୁରୀରେ ସମ୍ବିତ ପାତ୍ର ଓ ଅରୁପ ପଟ୍ଟନାୟକଙ୍କୁ କଡ଼ା ଟକ୍କର ଦେବେ ଜୟନାରାୟଣ ପଟ୍ଟନାୟକ ।

ଭୁବନେଶ୍ବରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ ତାସହ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ୍ ଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ।ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ। ଏହି ସବୁ ସିଟ୍‌ରେ କଂଗ୍ରେସ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ ।

ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ରାଜ୍ୟରେ ମୋଟ୍ ୧୦ହଜାର ୫୫୧ ବୁଥ୍ କରାଯାଇଛି । ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ । ୨ ହଜାର ମଡେଲ ବୁଥ୍ ରହିଛି। ମତାଧିକାର ସାବ୍ୟସ୍ତ କରିବେ ୯୪ ଲକ୍ଷରୁ ଅଧିକ ଭୋଟର । ଏମାନଙ୍କ ଭିତରେ ଅଛନ୍ତି ୪୮ ଲକ୍ଷରୁ ଅଧିକ ପୁରୁଷ ଓ ୪୬ ଲକ୍ଷରୁ ଅଧିକ ମହିଳା ମତଦାତା । ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନାରେ ୬୪ ପ୍ରାର୍ଥୀ ଅଛନ୍ତି। ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସର୍ବାଧିକ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ବା ସିଏପିଏଫ ମୁତୟନ ହେବେ । ଫୋକସରେ ରହିବ ଅନ୍ଧାରୀ ବିଜେ ରୋକିବା । ସାଇଲେଣ୍ଟ ଆୱାର ଆରମ୍ଭ ହେବା କ୍ଷଣି ସବୁ ହୋଟେଲ୍, ଗେଷ୍ଟ ହାଉସରେ ଯାଞ୍ଚ କଡାକଡି କରାଯାଉଛି।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...