32.9 C
Balāngīr
Wednesday, April 23, 2025

କାଳବୈଶାଖୀ ତାଣ୍ଡବ ପରେ କ୍ଷୟକ୍ଷତି ସମୀକ୍ଷା କଲେ ମନ୍ତ୍ରୀ; କହିଲେ ଆଜି ଆସିବ ଟଙ୍କା

Must read

ମୟୁରଭଞ୍ଜ, (୨୪/୦୩) : ଆ.ପ୍ର. : ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଛି କାଳବୈଶାଖୀ । ଏଥିପାଇଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏନେଇ ରବିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ ଜିଲ୍ଲାର ବିଭିନ୍ନ ଅଞ୍ଚଳ ବୁଲି କାଳବୈଶାଖୀର ସମୀକ୍ଷା କରିଛନ୍ତି ।

ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା ମିଳିବ। ରବିବାର ଅନଲାଇନ୍ ରେ ଟଙ୍କା ମିଳିବ ବୋଲି କହିଛନ୍ତି ସୁରେଶ ପୂଜାରୀ। ଯେଉଁମାନଙ୍କର ଆଧାର ଲିଙ୍କ ନାହିଁ, ତାଙ୍କୁ ସିଧାସଳଖ ଟଙ୍କା ମିଳିବ । କୁଆପଥରଝଡ଼ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାରେ ୧୭ଟି ପଞ୍ଚାୟତର ଶତାଧିକ ଗାଁ ପ୍ରଭାବିତ ହୋଇଛି । ପ୍ରାଥମିକ ଆକଳନ ଅନୁସାରେ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି ।

ଏଥିରେ ୩୫୦ଟି କଚ୍ଚା ଘର ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଥବା ବେଳେ ୧୧ଟି କଚ୍ଚା ଘର ଗୁରୁତର କ୍ଷତିଗ୍ରସ୍ତ ହୋଇଛି ଏବଂ ୨୯୫ ଟି କଚ୍ଚା ଘର ଆଂଶିକ ଭାବେ ନଷ୍ଟ ହୋଇଥିବା ବେଳେ ୪ଗୋଟି ଗାଈ ଗୁହାଳ ଘର ନଷ୍ଟ ହୋଇଛି। ଏତଦ ବ୍ୟତୀତ ଏହି କୁଆ ପଥର ଝଡ଼ରେ ବିଦ୍ୟୁତ ଯୋଗାଣ, ଜଳ ଯୋଗାଣ, ଗମନାଗମନର ଭିତ୍ତିଭୂମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଅନେକ ସ୍ଥାନରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ସରବରାହ ବ୍ୟାଘାତ ଘଟିଛି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୟୂରଭଞ୍ଜର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ପ୍ରଭାବିତଙ୍କୁ ସହାୟତା କରିବା ପାଇଁ ସରକାର ରିଲିଫ୍ କେନ୍ଦ୍ର ଖୋଲିଛନ୍ତି । ସେମାନେ ଲୋକମାନଙ୍କୁ ଏହି ନିରାପଦ ସ୍ଥାନଗୁଡ଼ିକୁ ସ୍ଥାନାନ୍ତର କରିଛନ୍ତି । ଘର ହରାଇଥିବା ଲୋକଙ୍କୁ ପ୍ରଶାସନ ତରଫରୁ ୧୨୭ଟି ପଲିଥିନ୍ ରୋଲ୍ ପ୍ରଦାନ କରାଯାଇଛି । ଆହତ ମାନଙ୍କୁ ଶୀଘ୍ର ଚିକିତ୍ସା କରିବା ପାଇଁ ୫ଟି ଡାକ୍ତରୀ ଦଳ ଏବେ କାମ କରୁଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...