32.9 C
Balāngīr
Friday, April 25, 2025

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

Must read

ଭୁବନେଶ୍ୱର, (୨୩/୦୩) : ଆ.ପ୍ର. : ତାତିରୁ ରାଜ୍ୟବାସୀଙ୍କୁ ଆଶ୍ବସ୍ତି ମିଳିଛି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା, ଘଡ଼ଘଡ଼ି ହେଉଛି ।

ଆଜି ଓ ଆସନ୍ତାକାଲି ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି । ରାଜ୍ୟରେ କୁଆପଥର ବର୍ଷା ମଧ୍ୟ ହେଉଛି । ବିଜୁଳି ଘଡ଼ଘଡ଼ି ସହ ହାଲୁକରୁ ମଧ୍ୟମ ଧରଣର ଓ କୁଆପଥର ବର୍ଷାକୁ ନେଇ ଜଗତସିଂହପୁର,କଟକ, ଢେଙ୍କାନାଳ, ଅନୁଗୁଳ ଦେଓଗଡ ଓ ସୁନ୍ଦରଗଡରେ ଅରେଞ୍ଜ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ଗତକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହୋଇଥିଲା । କାଳବୈଶାଖୀରେ ହୋଇଥିବା ପବନ ଓ ବର୍ଷା କେତେ ଲୋକଙ୍କ ବାସସ୍ଥାନ ମଧ୍ୟ ଭାଙ୍ଗି ଦେଇଦେଇଛି । ଏଥିପାଇଁ ସତର୍କ ରହିବା ପାଇଁ ସୂଚନା ମଧ୍ୟ ଦିଆଯାଇଛି । ୨୪ ତାରିଖ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନର ସମ୍ଭାବନା ନ ଥିବାବେଳେ ୨୫ ପରେ ପାଗରେ ପରିବର୍ତ୍ତନ ହୋଇପାରେ । କାଳବୈଶାଖୀ ପ୍ରଭାବ ପରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ସୂଚନା ମଧ୍ୟ ମିଳିଛି ।

 

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...