32.9 C
Balāngīr
Tuesday, July 15, 2025

କାଳ ବୈଶାଖୀର କରାଳ ରୂପ : ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼

Must read

ମୟୂରଭଞ୍ଜ, (୨୧/୦୩) : ଆ.ପ୍ର. : କାଳ ବୈଶାଖୀର କରାଳ ରୂପ। ଗତକାଲି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ ହୋଇଛି ।

ବିଶେଷକରି କରଞ୍ଜିଆ, ବିଶୋଇ, ବାଙ୍ଗିରିପୋଷି, କୁଳିଅଣା ଓ ବାରିପଦା ବ୍ଲକରେ ବର୍ଷା ସହ କୁଆପଥର ମାଡ ହୋଇଛି । ଗୋଟେ ଗୋଟେ କୁଆପଥରର ଓଜନ ୨୫୦-୫୦୦ଗ୍ରାମ ପାଖାପାଖି ହୋଇଥିବା ଜଣାପଡିଛି । ଏହାସହ କୁଆପଥର ମାଡ଼ରେ ରାଜା ନାମକ ଏକ ଘରୋଇ ବସଟି ବାରିପଦାରୁ ବିଶୋଇ ଅଭିମୁଖେ ଯାଉଥିବା ସମୟରେ ବିଶୋଇ ଛକ ନିକଟରେ କାଳ ବୈଶାଖୀର ଶିକାର ହୋଇଥିଲା। ଫଳରେ ବଡ଼ ବଡ଼ କୁଆପଥର ମାଡ଼ରେ ବସର କାଚ ଭାଙ୍ଗି ଯାଇଥିଲା ଓ ଭିତରେ ଥିବା ଯାତ୍ରୀ ଆହତ ହୋଇଥିଲେ।

ଖାଲି ସେତିକି ନୁହେଁ କାଳବୈଶାଖୀ କାରଣରୁ ବଡ଼ବଡ଼ ଗଛ ଓ ବିଦ୍ୟୁତ୍ ଖୁଣ୍ଟ ମଧ୍ୟ ଉପୁଡ଼ି ଯାଇଥିବା ସୂଚନା ମିଳିଛି । ପ୍ରାୟ ତିନି ଘଣ୍ଟା ଧରି କାଳବୈଶାଖୀ ତାଣ୍ଡବ ରୂପ ଦେଖାଇଥିଲା । ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ଯାଇଥିବା ଯୋଗୁଁ ଅଧିକାଂଶ ଅଂଚଳରେ ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ହୋଇ ରହିଛି । ତେବେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳ ବୈଶାଖୀ ସମ୍ଭାବନା ରହିଥିବା ବେଳେ ପ୍ରାୟ ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...