32.9 C
Balāngīr
Friday, April 25, 2025

କାଳ ବୈଶାଖୀ ପ୍ରଭାବ: ବଜ୍ରପାତରେ ୧ ମୃତ,୪ ଗୁରୁତର

Must read

ନବରଙ୍ଗପୁର, (୧୬/୦୪) : ଆପ୍ର. : କାଳ ବୈଶାଖୀ ନେଲା ଜଣକ ଜୀବନ । ଅନ୍ୟ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ନବରଙ୍ଗପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଅମଳାଭଟ୍ଟା ପଞ୍ଚାୟତ ଅନ୍ତର୍ଗତ ବାରିଗୁଡ଼ା ଗାଁ ପାଖରେ ଇଟା ଭାଟିରେ କାମ କରୁଥିବା ସମୟରେ ଏହି ଅଘଟଣ ଘଟିଛି । ଇଟାଭାଟିରେ କାମ କରୁଥିବା ୫ ଜଣ ଶ୍ରମିକ ଭାଟିରେ ପଲିଥିନ ଘୋଡାଉଥିବା ସମୟରେ ଏଭଳି ଘଟିଥିବା ଜଣାପଡିଛି । ତେବେ ଅପରାହ୍ନରେ ହଠାତ୍ କାଳବୈଶାଖୀ ହେବାରୁ ବଜ୍ରପାତରେ ସୋମନାଥ ଜାନୀ (୫୫) ଟଳି ପଡିଥିଲେ ।

ଅନ୍ୟ ୪ ଜଣ ପ୍ରବିଣ ହରିଜନ (୪୮),କେଶବ ଜାନୀ (୪୦),ସୂକ୍ଷ୍ମନ ଗୌଡ (୪୫) ଓ କମଳୁ ଜାନୀ (୪୫)ଗୁରୁତର ଆହତ ହୋଇଥିଲେ । ତେଣୁ ସେମାନଙ୍କୁ ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏହି ଘଟଣା ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତକଙ୍କ ପରିବାରକୁ କ୍ଷତି ପୂରଣ ଓ ଗୁରୁତର ପରିବାରକୁ ସରକାରୀ ସୁବିଧା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...