32.9 C
Balāngīr
Monday, April 28, 2025

କିଟ୍ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ, ଯୋଗଦେଲେ ନରୱେର ପୂର୍ବତନ ମନ୍ତ୍ରୀ ଏରିକ୍ ସୋଲେମ୍

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୩) : କିଟ୍ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ । ବିଜ୍ଞାନ ଦିବସରେ ନରୱେର ପୂର୍ବତନ ମନ୍ତ୍ରୀ ତଥା କୁଟନୀତିଜ୍ଞ ଏରିକ୍ ସୋଲେମ୍ ଓ ଖ୍ୟାତି ସମ୍ପନ୍ନ ଜ୍ୟୋତିର୍ବିଜ୍ଞାନୀ ଡ. ଅଶ୍ୱିନ ଶେଖର ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ସୋଲେମ୍‍ ତାଙ୍କ ଅଭିଭାଷଣରେ କିଟ୍‍ ଓ କିସ୍‍ କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ । କିଟ୍‍ ଓ କିସ୍‍ ଭଳି ଅନୁଷ୍ଠାନ ସାମାଜିକ ପରିବର୍ତ୍ତନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି । ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ ଯେତେବଡ଼ ଉଚ୍ଚ ସ୍ଥାନରେ ପହଞ୍ଚିଲେବି ସବୁବେଳେ ନମ୍ର ହେବାକୁ ଚେଷ୍ଟା କର ବୋଲି କହିଛନ୍ତି । ଗ୍ରାମୀଣ ଓ ଜନଜାତି ସମ୍ପ୍ରଦାୟଙ୍କ ସଶକ୍ତିକରଣରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରୟାସକୁ ପ୍ରଶଂସା କରି ଡ. ଶେଖର କହିଲେ, ଡ. ସାମନ୍ତଙ୍କ ଏହି ପ୍ରୟାସ ଅତି ଉଚ୍ଚରେ ରହିଛି ।

ଏହି ଅବସରରେ ସେ କିସ୍‍କୁ ଏକ ଟେଲିସ୍କୋପ ଦାନ କରି କହିଲେ, ଆଜି ଭଳି ଦିନରେ ଏହି ଟେଲିସ୍କୋପ୍ ପାଇବା ପାଇଁ କିସ୍‍ ହେଉଛି ଯୋଗ୍ୟତମ ଅନୁଷ୍ଠାନ । କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ଭାରତର ବୈଜ୍ଞାନିକ ପ୍ରଗତିର ସମୃଦ୍ଧ ଇତିହାସ ଉପରେ ଆଲୋକପାତ କରିଥିଲେ । ବିଜ୍ଞାନକୁ ଛାତ୍ରଛାତ୍ରୀଙ୍କ ପାଇଁ ଆକର୍ଷଣୀୟ ଏବଂ ଉପଭୋଗ୍ୟ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...