32.9 C
Balāngīr
Saturday, July 12, 2025

କୃମିନାଶକ ଔଷଧ ଖାଇ ୩ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୟାଗଡ, (୧୧/୦୮) : କୃମିନାଶକ ଔଷଧ ଖାଇ ଅସୁସ୍ଥ ହୋଇ ପଡ଼ିଛନ୍ତି ୩ ଛାତ୍ରୀ । ଏପରି ଏକ ଘଟଣା ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ତାରିଆ ବାଇଧର ହାଇସ୍କୁଲରେ ଘଟିଛି।

ସମସ୍ତ ଛାତ୍ରୀ ଏବେ ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାଯାଇଛି । ଆଜି କୃମିନାଶକ ଦିବସ। ଏଥିନିମନ୍ତେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କୁ କୃମିନାଶକ ଔଷଧ ଦିଆଯାଉଛି । ଏହି ପରିପ୍ରେକ୍ଷୀରେ ବାଇଧର ହାଇସ୍କୁଲରେ ଗତକାଲି ମଧ୍ୟାହ୍ନ ଭୋଜନ ପରେ ପିଲାମାନଙ୍କୁ ଔଷଧ ଖାଇବାକୁ ଦିଆଯାଇଥିଲ । ଔଷଧ ଖାଇବାର ପ୍ରାୟ ଅଧ ଘଣ୍ଟା ପରେ ଦଶମ ଶ୍ରେଣୀର ୩ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ । ସେମାନେ ହେଲେ ପ୍ରୀତି ପ୍ରଜ୍ଞା ସାମନ୍ତରାୟ, ସନ୍ଦ୍ୟାରାଣୀ ମଲ ଓ ଅଞ୍ଜଳି ମଲ । ସ୍କୁଲ କର୍ତ୍ତୃପକ୍ଷ ତୁରନ୍ତ ଆମ୍ବୁଲାନ୍ସ ଡକାଇ ସମସ୍ତଙ୍କୁ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ସେମାନେ ଚିକିତ୍ସାଧୀନ ଥିବା ବେଳେ ଅବସ୍ଥାରେ ସୁଧାର ଆସୁଥିବା ଜଣାଯାଇଛି । ପିଲାମାନେ ଏବେ ସୁସ୍ଥ ଅଛନ୍ତି । ତେବେ ୨୪ ଘଣ୍ଟା ଅବଜରଭେସନରେ ରଖିବା ପରେ ସେମାନଙ୍କୁ ଘରକୁ ଛଡ଼ାଯିବ ବୋଲି ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଡାକ୍ତର କହିଛନ୍ତି ।

 

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...