32.9 C
Balāngīr
Wednesday, April 30, 2025

କେନାଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତ ଦେହ, ପରିବାର ଆଣିଲା ହତ୍ୟା ଅଭିଯୋଗ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୦୪/୦୧) : ବାଲେଶ୍ୱର ଜିଲ୍ଲାର ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଚଣ୍ଡୀପୁର ଗ୍ରାମର ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି ।

ମୃତକ ଜଣକ ହେଲେ ଉଦୟ ଚରଣ ନାୟକଙ୍କ ପୁଅ ଅଜୟ ନାୟକ ଓରଫ୍ ବାପୁନୁ (୩୫) । ସେ ଦୁଇ ଦିନ ତଳେ ନିଖୋଜ ଥିଲେ ବୋଲି ପରିବାର ଲୋକ କହିଛନ୍ତି । ସୂଚନା ମୁତାବକ, ଚଣ୍ଡୀପୁର ଗ୍ରାମର ଉଦୟ ଚରଣ ନାୟକଙ୍କ ପୁଅ ଅଜୟ ନାୟକ ଗତକାଲି ସନ୍ଧ୍ୟାରୁ ଘରକୁ ଫେର ନ ଥିଲେ । ଅଧିକ ବିଳମ୍ବିତ ରାତି ହେବାରୁ ପରିବାର ବ୍ୟସ୍ତ ବିବ୍ରତ ହୋଇ ଖୋଜାଖୋଜି କରିଥିଲେ । କିନ୍ତୁ ଅଜୟଙ୍କର କୌଣସି ସନ୍ଧାନ ମିଳି ନ ଥିଲା । ତେବେ ଆଜି ସକାଳରେ ଗଡ଼ିଆମାଳ ଛକ ନିକଟ କେନାଲରେ ଅଜୟଙ୍କର ମୃତ ଦେହ ପଡ଼ିଥିବାର ସ୍ଥାନୀୟ ଲୋକ ଦେଖିଥିଲେ । ଏ ନେଇ ପରିବାରକୁ ଜଣାଇବା ସହିତ ପୋଲିସକୁ ଖବର ଦେଇଥିଲେ ।

ତାଙ୍କୁ କେହି ହତ୍ୟା କରି କେନାଲରେ ଫୋପାଡ଼ି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ପୋଲିସ ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ଦେବା ସହ ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...