32.9 C
Balāngīr
Wednesday, April 23, 2025

କୋଟଗଡ ବନ ବିଭାଗ ପକ୍ଷରୁ ୧୧୬ଖଣ୍ଡ ଶାଳ ପଟା ସହିତ ବୋଲେରୋ ପିକଅପ ଜବତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ବାଲିଗୁଡା ୨୪/୩/୨୫(ଆପ୍ର): କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ କୋଟଗଡ ବନବିଭାଗ ପକ୍ଷରୁ ଶାଳ ପଟା ସହ ବୋଲେରୋ ପିକଅପ ଗାଡି ଜବତ କରିଛି | କୋଟଗଡ ବନାଞ୍ଚଳ କାର୍ଯ୍ୟାଳୟ ଅଧୀନରେ ଆସୁଥିବା ମଧୁଗୁଡା ଛକ ନିକଟରୁ କାଠ ପଟା ବୋଝେଇ ପିକଅପ ଜବତ କରିଥିବା ବେଳେ ଡ୍ରାଇଭର ଫେରାର ହୋଇ ଯାଇଛି |

ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇଥିଲା ରବିବାର ଭୋର ଚାରିଟା ସମୟରେ ଘାଟି ଆଡକୁ ବନ ବିଭାଗ ଯିବାବେଳେ ମଧୁଗୁଡା ଛକ ନିକଟ କରଲାଶୁଣି ଦେବୀ ପୀଠ ନିକଟରେ ଏକ କାଠ ବୋଝେଇ ପିକଅପ ଗାଡିକୁ ଛାଡି ଦୁର୍ବୃତ୍ତମାନେ ଫେରାର ହୋଇ ଯାଇଥୂଲେ |କୋଟଗଡ ବନବିଭାଗ ରେଞ୍ଜର ବାଳ ଗୋପାଳ ବେହେରା ଙ୍କ ନେତୃତ୍ୱ ରେ ଟିମ ବନପାଳ ରବିମୋହନ ନାୟକ, ପ୍ରିୟଙ୍କା କହଁର, ଫରେଷ୍ଟ ଗାର୍ଡ ଦୀପକ ରଞ୍ଜନ ପଟନାୟକ ବିଜୟାନନ୍ଦ ସେଠୀ ବନ କର୍ମଚାରୀ ୧୧୬ ଖଣ୍ଡ ଶାଳ ପଟା ସହିତ ପିକଅପ ଗାଡି ଜବତ କରିଥିଲେ | ଉକ୍ତ କାଠ ର ଆନୁମାନିକ ମୂଲ୍ୟ ଦୁଇ ଲକ୍ଷ ଟଙ୍କାରୁ ଉର୍ଧ୍ଵ ହେବ ବୋଲି କୋଟଗଡ ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି |

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...