32.9 C
Balāngīr
Monday, April 28, 2025

କୋରାପୁଟରେ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

Must read

କୋରାପୁଟ, (୧୬/୦୪) : ଆପ୍ର. : କୋରାପୁଟ ସଦର ମହକୁମାରେ ସମ୍ବିଧାନ ପ୍ରଣେତା ଡ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାପିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା,ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ପୂର୍ବତନ ବିଧାୟକ ନିମାଇଁ ସରକାର,ବିଜେପି ଜିଲ୍ଲା ସଭାପତି ଶିବ ମୁଦୁଲି, ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ,ସମାଜସେବୀ ରୂପକ ତୁରୁକ, କାମାକ୍ଷା ପ୍ରସାଦ ମାଝୀ ପ୍ରମୁଖଙ୍କ ସହ ଅନ୍ୟ ବ୍ୟକ୍ତି ବିଶେଷ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ ।

ଏହି ଅବସରରେ ଆୟୋଜିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ସନ୍ତୋଷ କୁମାର ସେଠି ଓ ଅଲିଭା କୁମାର ବେହେରା ଯୋଗଦେଇ ପରିଚାଳନା କରିଥିଲେ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...