32.9 C
Balāngīr
Wednesday, April 30, 2025

କୋଲାବ ନଗର ଉଚ୍ଚ ବିଦ୍ୟାଳୟରେ ପୁରୁଣା ଛାତ୍ର ଛାତୀଙ୍କୁ ସମ୍ବର୍ଦ୍ଧନା

Must read

ରିପୋର୍ଟ : ରବି ଶଙ୍କର ମହାପାତ୍ର
କୋରାପୁଟ, (୨୯/୧) : କୋଲାବ ନଗର ସରକାରୀ ଉଚ୍ଚ ବିଦ୍ୟାଳୟରେ ୨୦୦୨ ବ୍ୟାଚର ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ତରଫରୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

ଗଣତନ୍ତ୍ର ଦିବସରେ ଏହି ଛାତ୍ର ଛାତ୍ରୀମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ଵେତା ଲୀନା ପ୍ରଧାନଙ୍କ ହାତରେ ଜାତୀୟ ପତାକା ଉନ୍ମୋଚନ କରାଇ ତାଙ୍କୁ ଏକ ସିଲ୍‌ଡ୍ ପ୍ରଦାନ କରିଥିଲେ ।ତା’ ପର ଦିନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସେମାନଙ୍କୁ ଦୁବ, ଚାଉଳ, ଚନ୍ଦନ, ସିନ୍ଦୁର ଇତ୍ୟାଦି ଦେଇ ବନ୍ଦାପନା କରି ବିଦ୍ୟାଳୟକୁ ଆହ୍ୱାନ କରିଥିଲେ । ଭଜନ ପରିବେଷଣ କରି ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରା ଯାଇଥିଲା ।

ଆଦର୍ଶ ଶିକ୍ଷାର ମାନ ଉପରେ ପ୍ରଧାନ ଶିକ୍ଷୟିତ୍ରୀ ନିଜର ଅଭିଭାଷଣ ରଖିଥିବା ବେଳେ ପୂର୍ବତନ ଛାତ୍ର ତଥା ବର୍ତ୍ତମାନ NMDC ର AGM ଭାବେ କାର୍ଯ୍ୟରତ ଶ୍ରୀ କାଳୀ ପ୍ରସାଦ ଦଳେଇ ତାଙ୍କ ଜୀବନର ସଂଘର୍ଷ ଓ ସଫଳତା ସମ୍ପର୍କରେ ଉଦାହରଣ ଦେଇ ପିଲାଙ୍କୁ ପ୍ରେରଣା ଓ ଉତ୍ସାହ ପ୍ରଦାନ କରିଥିଲେ ତଥା ପ୍ରତ୍ୟେକ ଶ୍ରେଣୀର କୃତୀ ଛାତ୍ରଛାତ୍ରୀଙ୍କୁ ସିଲ୍ଡ୍ ପ୍ରଦାନ କରି ପୁରସ୍କୃତ କରିଥିଲେ । ପୁରାତନ ଛାତ୍ରଙ୍କର ଏହି ଅଭିନବ ପ୍ରୟାସକୁ ବୁଦ୍ଧିଜୀବି ମହଲରେ ପ୍ରଶଂସା କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...