32.9 C
Balāngīr
Thursday, June 12, 2025

ଖଣିଜ ପ୍ରତିଷ୍ଠାନ ଟ୍ରଷ୍ଟି ବୋର୍ଡର ୭ତମ ବୈଠକ ଅନୁଷ୍ଠିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଜିଲ୍ଲାପ୍ରତନିଧି ଗୋପୀନାଥ ଗୌଡ଼ //
ରାୟଗଡ,ତା. (୧୮/୦୯) : ରାୟଗଡ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ଟ୍ରଷ୍ଟି ବୋର୍ଡର ୭ମତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ରାୟଗଡ ଶ୍ରୀ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର କୋରାପୁଟ ଲୋକସଭା ସାଂସଦ ଶ୍ରୀ ସପ୍ତଗିରି ଉଲ୍ଲାକା, ରାୟଗଡ ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି, ଖଣିଜ ପ୍ରତିଷ୍ଠାନ କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ପିଡି,ଡି.ଆର୍‍.ଡି.ଏ ଶ୍ରୀ ମହେଶ୍ୱର ଚନ୍ଦ୍ର ନାଏକ ଯୋଗଦାନ କରି ଖଣିଜ ପଦାର୍ଥ ଉତ୍ତୋଳନ ଦ୍ୱାରା ପ୍ରଭାବିତ ଅଞ୍ଚଳରେ ବିକାଶ ନିମନ୍ତେ ଆଗ୍ରାଧିକାର ଭିତିରେ କାର୍ଯ୍ୟକ୍ରମ ହାତକୁ ନେବା ନିମନ୍ତେ ଆଲୋଚନା କରାଯାଇଥିଲା ।e8f8d7bd e2cb 4c35 bfff 25227b34823e ଖଣିଜ ପ୍ରତିଷ୍ଠାନ ଟ୍ରଷ୍ଟି ବୋର୍ଡର ୭ତମ ବୈଠକ ଅନୁଷ୍ଠିତ

ଏହି ଖଣିଜ ପ୍ରତିଷ୍ଠାନ ଟ୍ରଷ୍ଟି ବୋର୍ଡର ୭ତମ ବୈଠକରେ ମୁଖ୍ୟତଃ ଖଣିଜ ପଦାର୍ଥ ଉତ୍ତୋଳନ ଓ ଶିଳ୍ପ ପ୍ରତିଷ୍ଠାନ ଯୋଗୁଁ ପ୍ରଭାବିତ ଅଞ୍ଚଳର ଲୋକମାନଙ୍କ ମୌଳିକ ସମସ୍ୟାର ସମାଧାନ ଉପରେ ବିଶେଷ ଭାବରେ ଆଲୋଚନା କରାଯାଇଥିଲା । ଏହାଦ୍ୱାରା ସିଧାସଳଖ ଓ ଆଶିଂକ ପ୍ରଭାବିତ ଅଞ୍ଚଳରେ ଲୋକ ମାନଙ୍କୁ ଥଇଥାନ ଓ ମୌଳିକ ସୁବିଧା ନିମନ୍ତେ ଆଗ୍ରାଧିକାର ଭିତ୍ତିରେ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ ।

ବିଶେଷ କରି ସିଧାସଳଖ ପ୍ରଭାବିତ ଅଞ୍ଚଳରେ ଜୀବନଜୀବିକା, ପାନୀୟଜଳ, ଶିକ୍ଷା, ସ୍ୱାସ୍ଥ୍ୟ ଯୋଗାଯୋଗ ଓ ଜଳସେଚନକୁ ଆଗ୍ରାଧୀକାର ଭିତ୍ତିରେ ଗୁରୁତ୍ୱ ଦେବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ମାନ୍ୟବର ସାଂସଦ ମଧ୍ୟ ସିଧାସଳଖ ପ୍ରଭାବିତ ଅଞ୍ଚଳରେ ଗୁରୁତ୍ୱ ଦେବାକୁ ଅନୁରୋଧ କରିଥିଲେ । ସେହିପରି ମାନ୍ୟବର ବିଧାୟକ କହିଥିଲେ ଯେ, ଜିଲ୍ଲା ଗ୍ରାମ୍ୟ ଜଳଯୋଗାଣ ସଂସ୍ଥା ଯେ କୌଣସି ବୈଷୟିକ ଜ୍ଞାନ କୌଶଳ ଉପଯୋଗ କରୁନା କାହିଁକି ପିଇବା ପାଣି ଯୋଗାଇବାକୁ କୌଣସି ପ୍ରକାର ଅସୁବିଧା ନ ହେବ ।707daff9 335e 4355 99ba d979af60c3d3 ଖଣିଜ ପ୍ରତିଷ୍ଠାନ ଟ୍ରଷ୍ଟି ବୋର୍ଡର ୭ତମ ବୈଠକ ଅନୁଷ୍ଠିତ

ଏହି ବୈଠକରେ ପୂର୍ବରୁ କାର୍ଯ୍ୟକାରୀ କରାଯାଉଥିବା ପ୍ରକଳ୍ପ ଗୁଡିକର ସଂପୂର୍ଣ୍ଣ ହୋଇନଥିବାରୁ ଅସନ୍ତୋଷ ବ୍ୟକ୍ତି କରିଥିଲେ ଏବଂ ଏହାକୁ ଯଥାଶିଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଖଠିୟ ବନ ଅଧିକାରୀ, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ନିର୍ମାଣ ବିଭାଗ, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଜଳ ଯୋଗାଣ ସଂସ୍ଥା, ପୂର୍ତ୍ତ ବିଭାଗ, ଜିଲ୍ଲା ମଙ୍ଗଳ ଅଧିକାରୀ ଉପ ନିର୍ଦ୍ଦେଶକ ଯୋଜନା, ରାୟଗଡ ଯୋଗ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...