32.9 C
Balāngīr
Saturday, July 12, 2025

ଖଣିରେ ମାଟି ଅତଡ଼ା ଖସି ୩ ମୃତ

Must read

କେନ୍ଦୁଝର, (୦୨/୦୭) : ଆପ୍ର. : କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ବିଛାକୁଣ୍ଡି ଦଲପାହାଡ଼ରେ ଏକ ବଡ଼ ଅଘଟଣ ଘଟଛି । ଖଣିରେ ମାଟି ଅତଡ଼ା ଧସିବାରୁ ଚାପି ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି ।

ମାଙ୍ଗାନିଜ୍ ଚୋରା ଉତ୍ତୋଳନବେଳେ ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି । ଗତକାଲି ରାତିରେ ଖଣିରେ ମାଟି ଅତଡ଼ା ଖସି ୩ ଜଣ ବ୍ୟକ୍ତି ଚାପି ହୋଇଯାଇଥିଲେ । ଅନ୍ଧାର ଏବଂ ପ୍ରବଳ ବର୍ଷା ଯୋଗୁଁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା । ବର୍ଷା କମିବା ପରେ ସମସ୍ତଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି । ପ୍ରାୟ ୬ ଘଣ୍ଟା ପରେ ମୃତଦେହଗୁଡ଼ିକୁ ବାହାର କରାଯାଇଛି । ସ୍ଥାନୀୟ ପୋଲିସ ଖବର ଘଟଣା ସ୍ଥଳରେ ପହଁଚିଛି । ଖଣି ଚୋରା ଚାଲାଣ ହେଉଥିବାବେଳେ ଏଭଳି ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ତେବେ ଏଥିରେ କିଏ ସମ୍ପୃକ୍ତ ଥିଲେ ସେ ନେଇ କିଛି ସ୍ପଷ୍ଟ ହୋଇ ନ ଥିବାବେଳେ ଯାଞ୍ଚ ଆରମ୍ଭ ହୋଇଛି ।

 

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...