32.9 C
Balāngīr
Wednesday, April 23, 2025

ଖସୁଛି ପାରଦ, ବଢୁଛି ଶୀତ; କଲବଲ କରିବ ଘନ କୁହୁଡି !

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୩/୦୧) : ଖସୁଛି ପାରଦ ଓ ବଢୁଛି ଶୀତ। କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଫେରିଛି ଶୀତ। ଉତ୍ତର-ଉତ୍ତର ପୂର୍ବ ଦିଗରୁ ରାଜ୍ୟକୁ ବାୟୁ ପ୍ରବାହ ଯୋଗୁ ଥଣ୍ଡା ବଢୁଛି ।

ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରେସ ସେଲସିୟସ୍ ଯାଏ ଖସିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ପୂର୍ବାନୁମାନ ଅନୁସାରେ ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ । ଅର୍ଥାତ ଶୀତ ଆହୁରି ବଢ଼ିପାରେ। କିଛି ସ୍ଥାନରେ ପାରଦ ୧୦ ଡିଗ୍ରୀ କିମ୍ବା ତା’ଠୁ ଆହୁରି କମିବା ସମ୍ଭାବନା ରହିଛି । ସେପଟେ ରାଜ୍ୟର କେତେକ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ଘନ କୁହୁଡି ହୋଇପାରେ । ଦୃଶ୍ୟମାନ କ୍ଷମତା ୨୦୦ ମିଟରରୁ କମ୍‌ ରହିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶୁକ୍ରବାର ଓ ଶନିବାର ସକାଳେ ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ଼,ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଯାଜପୁର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣରେ କୁହୁଡି ହେବାର ସମ୍ଭାବନା ରହିଛି। କୁହୁଡି ଯୋଗୁ ସକାଳେ ସକାଳେ ଦୁର୍ଘଟଣା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ସର୍ବନିମ୍ନତମ ତାପମାତ୍ରା ରାଉରକେଲାରେ ରେକର୍ଡ କରାଯାଇଛି । ଏଠାରେ ତାପମାତ୍ରା ୭ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି ।

ସେହିପରି ପାହାଡ଼ି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୧୩.୨ ଡିଗ୍ରୀ ସେଲ୍‌ସିୟସ୍‌, କଟକରେ ୧୩.୦ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି । ଠିକ୍‌ ସେହିପରି ସେମିଳିଗୁଡ଼ାରେ ୬.୬ ଡିଗ୍ରୀ ସେଲ୍‌ସିୟସ୍‌, ଝାରସୁଗୁଡ଼ାରେ ୮.୦ ଡିଗ୍ରୀ ସେଲ୍‌ସିୟସ୍‌, ଚିପ୍‌ଲିମାରେ ୮.୮ ଡିଗ୍ରୀ ସେଲ୍‌ସିୟସ୍‌, ବାଲେଶ୍ୱରରେ ୧୨.୪ ଡିଗ୍ରୀ ସେଲ୍‌ସିୟସ୍‌, ଚାନ୍ଦବାଲିରେ ୧୩.୮ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...