ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୫/୦୧) : ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଲିଙ୍ଗିପୁର ଛକରେ ସଡ଼କ ଦୁର୍ଘଟଣା ଘଟିଛି ।
ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଆହତ ୪ଜଣଙ୍କୁ ଚିକିତ୍ସା ପାଇଁ ମେଡିକାଲକୁ ପଠାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି କରିଛି । ସୂଚନା ଅନୁସାରେ, ଭୁବନେଶ୍ୱର ସ୍ଥିତ ଲିଙ୍ଗିପୁର ଦୟା ବ୍ରିଜ ନିକଟରେ ପୁରୀରୁ ଭୁବନେଶ୍ବର ଆସୁଥିବା କାର ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି । ଘନକୁହୁଡ଼ି ପାଇଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।