32.9 C
Balāngīr
Wednesday, April 30, 2025

ଖୋର୍ଦ୍ଧା ସଢେଇଗଡ଼ ଗାଁରେ ବୋମା ବିସ୍ଫୋରଣ, ୧ ମୃତ ୧ ଗୁରୁତର

Must read

ଖୋର୍ଦ୍ଧା, (୦୮/୦୪) : ଆପ୍ର. : ଖୋର୍ଦ୍ଧା ଜିଲ୍ଲାର ଏକ ଗାଁ’ରେ ଗତକାଲି ରାତିରେ ବୋମା ବିସ୍ଫୋରଣ ହୋଇଛି । ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇପଡ଼ିଛନ୍ତି ।

ଆହତ ବ୍ୟକ୍ତି ଜଣକ ଡାକ୍ତରଖାନାରେ ଜୀବନ ସହିତ ସଂଘର୍ଷ କରୁଛନ୍ତି । ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲାର ସାଧେଇଗଡ଼ ଗାଁ’ରେ । ସୂଚନାନୁସାରେ ଗତକାଲି ବିଳମ୍ବିତ ରାତିରେ ସାଧେଇଗଡ଼ ଗାଁରେ ଏକ ବୋମା ବିସ୍ଫୋରଣ ହୋଇଥିଲା । ଜଣେ ବ୍ୟକ୍ତି ଏକ ବ୍ୟାଗରେ ବୋମା ଧରି ଯାଉଥିବା ବେଳେ ଏହା ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ଜଣେ ପ୍ରାଣ ହରାଇଥିଲେ ଏବଂ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଥିଲା ।

କିନ୍ତୁ, ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ କଟକର ଏକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସୂଚନା ପାଇବା ପରେ ଖୋର୍ଦ୍ଧା ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତଦନ୍ତ ଜାରି ରହିଥିଲେ ମଧ୍ୟ ଏ ସମ୍ପର୍କରେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...