32.9 C
Balāngīr
Thursday, July 10, 2025

ଗଞ୍ଜାମ ଜିଲ୍ଲାକୁ ୫୫୦ କୋଟିର ପ୍ରକଳ୍ପ ଭେଟି : ମୁଖ୍ୟମନ୍ତ୍ରୀ

Must read

ଗଞ୍ଜାମ, (୨୪/୦୬) : ଆପ୍ର. : ଗଞ୍ଜାମ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୫୫୦ କୋଟିର ପ୍ରକଳ୍ପ ଭେଟି । ଆସ୍କାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଏଥିରେ ୫ଟି ଜଳସେଚନ ପ୍ରକଳ୍ପ, ଗୋଟିଏ ସଡ଼କ ପ୍ରଶସ୍ତୀ କରଣ ପ୍ରକଳ୍ପ, ଗୋଟିଏ ହାଇ ଲେଭେଲ୍ ପ୍ରକଳ୍ପ ରହିଛି । ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ । କହିଛନ୍ତି, ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ । ରାଜ୍ୟର ଯୁବ ସମାଜ ପାଇଁ ସୁବର୍ଣ୍ଣ ଯୁଗ ଆସୁଛି । ସବୁ କ୍ଷେତ୍ରରେ ବ୍ୟାପକ ସୁଯୋଗ ସୃଷ୍ଟି ହୋଇଛି ।

୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଓ ୨୦୪୭ ସୁଦ୍ଧା ୧.୫ ଟ୍ରିଲିଅନ ଡଲାର ଅର୍ଥନୀତି ପାଇଁ ଲକ୍ଷ୍ୟ ହାସଲରେ ଯୁବ ଶକ୍ତି ହିଁ ମୁଖ୍ୟ ଭୂମିକା ଗ୍ରହଣ କରିବେ । ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀ ମନ୍ଦିର ଉନ୍ନତିକରଣ ପାଇଁ ରିଭାଇଜଡ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...