32.9 C
Balāngīr
Monday, April 28, 2025

ଗଞ୍ଜାମ ଜିଲ୍ଲାର ୧୦୮୦ ଚାଷୀଙ୍କ ଟୋକେନ୍ ଅବଧି ବୃଦ୍ଧି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଛତ୍ରପୁର, (୩୧/୦୧) : କୌଣସି ଚାଷୀଙ୍କର ଟୋକେନ୍ କ୍ଷତି ହେବାକୁ ଦିଆଯିବ ନାହିଁ ବୋଲି ଗଞ୍ଜାମ ଜିଲ୍ଲାର ସମସ୍ତ କୃଷକ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଚାଷୀମାନଙ୍କ ଟୋକେନ୍ ଅବଧି ବୃଦ୍ଧି କରିବା ନେଇ ରାଜ୍ୟ ସରକାର ଜିଲ୍ଲାପାଳ ମାନଙ୍କୁ କ୍ଷମତା ପ୍ରଦାନ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାର ୧୦୮୦ ଚାଷୀଙ୍କ ଟୋକେନ୍ ଅବଧି ୧୫ ଦିନ ପାଇଁ ବୃଦ୍ଧି କରଯାଇଛି । ସେହିଭଳି ଆଗାମୀ ଦିନରେ ମଧ୍ୟ ଟୋକେନ୍ ସମୟ ବୃଦ୍ଧି କରାଯିବ । କୌଣସି ଚାଷୀଙ୍କ ଟୋକେନ୍ କ୍ଷତି ହେବାକୁ ଦିଆଯିବ ନାହିଁ। ଆବଶ୍ୟକସ୍ଥଳେ ସେମାନଙ୍କ ଟୋକେନ୍ ସମୟସୀମା ବୃଦ୍ଧି କରାଯିବ ବୋଲି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ମତ ଦେଇଛନ୍ତି । ତେଣୁ ଟୋକେନ୍ କ୍ଷତି ହେବା ଗୁଜବକୁ ଚାଷୀଗଣ ବିଶ୍ବାସ କରନ୍ତୁ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଟୋକେନ୍ ଅବଧି ବୃଦ୍ଧି କରିବା ନେଇ ଚାଷୀଗଣ ସେମାନଙ୍କ ଅଞ୍ଚଳର ସୋସାଇଟିକୁ ସେକ୍ରେଟାରୀ କିମ୍ୱା ଧାନ ସଂଗ୍ରହ କାର୍ଯ୍ୟରେ ନିୟୋଜିତ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ, ପାଣି ପଞ୍ଚାୟତକୁ ଲିଖିତ ଅବଗତ କରାଇ ନିଅନ୍ତୁ । କିମ୍ୱା ଅନଲାଇନ୍ ଜରିଆରେ ସୋସାଇଟି ସେକ୍ରେଟାରୀଙ୍କ ମାଧ୍ୟମରେ ଡିଆରସିଏସଙ୍କ ଠାରେ ଦାଖଲ କରିପାରିବେ। ତେଣୁ ନିଜ ଟୋକେନ୍ ନେଇ ଭୟଭୀତ ନ ହେବାକୁ ଚାଷୀମାନଙ୍କୁ ଅନୁରୋଧ କରାଯାଇଛି। ଗଞ୍ଜାମ ଜିଲ୍ଲାରେ ଜାନୁଆରୀ ୩ରୁ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଦୁଇ ଥର ଅଦିନିଆ ବର୍ଷା କାରଣରୁ ବିଳମ୍ବରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...