32.9 C
Balāngīr
Monday, April 28, 2025

ଗରମରେ ରେକର୍ଡ ଭାଙ୍ଗିବ ମାର୍ଚ୍ଚ: ଚେତାବନୀ ଦେଲାଣି ଆଇଏମଡି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆଦିଲ୍ଲୀ, (୦୧/୦୩) : ଏଥର ତାତିରୁ ତ୍ରାହି ନାହିଁ । ସବୁ ବର୍ଷର ରେକର୍ଡ ଭାଙ୍ଗିବ । ଜଳିବେ ଦେଶବାସୀ । କିଛି କିଛି ସ୍ଥାନରେ ଫେବୃଆରୀ ତାତି ଅସହ୍ୟ ହୋଇଥିବା ବେଳେ ଏବେ ମାର୍ଚ୍ଚ ମାସ ନେଇ ସତର୍କ କରାଇଲାଣି ଭାରତୀୟ ପାଣିପାଗ ବିଭାଗ

ମାର୍ଚ୍ଚ ମାସର ତାତି ସବୁ ରେକର୍ଡ ଭାଙ୍ଗିବ ବୋଲି ଆଗରୁ ସତର୍କ ଘଣ୍ଟି ବଜାଇଛି ।ଭାରତ ପାଣିପାଗ ବିଭାଗ, ଆଇଏମଡି ଅନୁସାରେ, ଭାରତ ସବୁଠାରୁ ଉଷ୍ମ ମାର୍ଚ୍ଚ ମାସର ସାକ୍ଷୀ ହେବାକୁ ଯାଉଛି ।ମାର୍ଚ୍ଚ ମାସର ଅଧିକାଂଶ ସମୟ, ତାପମାତ୍ରା ହାରାହାରି ଠାରୁ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି । ଯାହାର ସିଧା ପ୍ରଭାବ ପରିପକ୍ୱ ଗହମ ଫସଲ ଉପରେ ପଡିପାରେ । ଫଳରେ ଏହି ମାର୍ଚ୍ଚ ମାସର ଅସହ୍ୟ ଗରମ ଗହମ ଅମଳ ହ୍ରାସ କରିପାରେ ବୋଲି ଚିନ୍ତା ବ୍ୟକ୍ତ କରିଛନ୍ତି ଆଇଏମଡି ଅଧିକାରୀ ।

ଏଥିସହିତ ଅଡ଼ିକାରୀ ଏହା ବି କହିଛନ୍ତି, ମାର୍ଚ୍ଚ ମାସରେ ଉଭୟ ଦିନ ଏବଂ ରାତିରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ ଏବଂ ଅଧିକାଂଶ ଦିନ ଏହି ସ୍ଥିତି ଦେଖିବାକୁ ମିଳିବ । ମାର୍ଚ୍ଚ ଦ୍ବିତୀୟ ସପ୍ତାହରୁ ଦିନ ତାପମାତ୍ରା ବୃଦ୍ଧି ପାଇବ। ଅଧିକାଂଶ ରାଜ୍ୟରେ ମାସ ଶେଷ ସୁଦ୍ଧା ତାପମାତ୍ରା ୪୦ ଡିଗ୍ରି ଟପିବ ବୋଲି ଆକଳନ କରାଯାଇଛି । ବିଶ୍ବର ଦ୍ବିତୀୟ ବୃହତ୍ତମ ଗହମ ଉତ୍ପାଦନକାରୀ ଭାରତ ୨୦୨୫ରେ ପ୍ରଚୁର ଗହମ ଅମଳ ହେବ ବୋଲି ଆଶା ରଖିଥିଲା । ହେଲେ ୨୦୨୨ରୁ ଗହମ ଅମଳ ହ୍ରାସ ପାଉଥିବା‌ ବେଳେ ଚଳିତ ବର୍ଷ ଏହା ସ୍ବାଭାବିକ ରହିବ ବୋଲି ଆଶା କରାଯାଉଥିଲା । କିନ୍ତୁ ଲଗାତାର ଚତୁର୍ଥ ବର୍ଷ ପାଇଁ ଦେଶ କମ୍‌ ଉତ୍ପାଦନ ସ୍ଥିତିର ସମ୍ମୁଖୀନ ହେବ ବୋଲି ଆଶଙ୍କା କରାଯାଉଛି ।

ଅନ୍ୟପଟେ ରାଜ୍ୟରେ ମଧ୍ୟ ଆଜି ଠାରୁ ରାତି ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୭ ଦିନ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କୌଣସି ସ୍ଥାନରେ ବର୍ଷାର ସମ୍ଭାବନା ନାହିଁ। ତେବେ ମାର୍ଚ୍ଚ ପ୍ରଥମ ସପ୍ତାହରେ ସାରା ରାଜ୍ୟରେ ଦିନ ଓ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ । ୩ ଓ ୪ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ଫୁଲବାଣୀ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ରାତିର ତାପମାତ୍ରା ୨୦ ଡିଗ୍ରି ଡେଇଁଯିବ । ସେହିପରି ପୁରୀ, ପାରାଦୀପ, ଚାନ୍ଦବାଲି, ଗୋପାଳପୁର, ଛତ୍ରପୁର, ପାର‌ଳାଖେମୁଣ୍ଡି ପରି ସହରରେ ସର୍ବନିମ୍ନ ପାରଦ ୨୪ ଡିଗ୍ରି ଉପରେ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ଗତକାଲି ବୌଦ୍ଧ ଓ ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରି ଥିବା ବେଳେ ଝାରସୁଗୁଡ଼ାରେ ୩୫.୬, ଟିଟିଲାଗଡ଼ରେ ୩୫.୫, ସମ୍ବଲପୁରରେ ୩୫.୩, ନବରଙ୍ଗପୁରରେ ୩୫ ଡିଗ୍ରି ରହିଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...