32.9 C
Balāngīr
Tuesday, May 13, 2025

ଗର୍ଭବତୀ ବୋହୂର ସନ୍ଦେହ ଜନକ ମୃତ୍ୟୁ, ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

କେନ୍ଦ୍ରାପଡ଼ା, (୨୦/୦୪) : ଆପ୍ର. : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବାଲିସାହିପାଟଣାରେ ଜଣେ ଗର୍ଭବତୀ ମହିଳାଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଛି ।

ମୃତ ମହିଳା ଜଣକ ହେଲେ ଦୀପକ ଦାସଙ୍କ ପତ୍ନୀ କଳ୍ପନା ପରିଡ଼ା । ତାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଛି ବୋଲି କଳ୍ପନାଙ୍କ ବାପାଙ୍କ ଘର ଲୋକେ ଅଭିଯୋଗ କରିଛନ୍ତି । ଅଭିଯୋଗ ମୁତାବକ, ଆଳି ଥାନା ନଳପାହି ଗାଁର ଜୟରାମ ପରିଡ଼ା ଓ ଜ୍ୟୋତ୍ସାରାଣୀ ପରିଡ଼ାଙ୍କ ଝିଅ କଳ୍ପନା ପରିଡ଼ା ରାଜନଗର ବ୍ଲକ୍ ବାଲିସାହିପାଟଣାର ଦୀପକ ଦାସଙ୍କୁ ଗତ ବର୍ଷ ବିବାହ କରିଥିଲେ । କିନ୍ତୁ ବାପ ଘରୁ ଅଧିକ ଯୌତୁକ ଆଣିବାକୁ ଶାଶୁ ଘର ଲୋକେ ବାରମ୍ବାର ଚାପ ପ୍ରୟୋଗ କରୁଥିଲେ । ଏ ନେଇ ବାପା ଘର ଲୋକେ ଅନେକ ଥର ଝଗଡ଼ାର ସମାଧାନ ମଧ୍ୟ କରିଥିଲେ । ସେପଟେ କଳ୍ପନା 9 ମାସର ଗର୍ଭବତୀ ହୋଇଥିଲେ । ସେ ଗତ 6 ମାସ ହେବ ତାଙ୍କ ବାପାଙ୍କ ଘରେ ରହୁଥିଲେ । ଗତ ଏକ ମାସ ହେଲା ସେ ଶାଶୁ ଘରକୁ ଆସିଥିଲେ । କିନ୍ତୁ ଗତକାଲି ଭୋର ୪ ଟା ବେଳେ ବାପା ଘର ଲୋକଙ୍କୁ କଳ୍ପନାଙ୍କ ମୃତ୍ୟୁ ଖବର ଦିଆଯାଇଥିଲା । ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଅଭିଯୋଗ କରିଛି ।

ଅପର ପକ୍ଷରେ ଘଟଣା ପରଠାରୁ ଶାଶୁ ଘର ଲୋକେ ଫେରାର ହୋଇଯାଇଛନ୍ତି । ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣା ସ୍ଥରରେ ପହଁଚି ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି । ହତ୍ୟା ମାମଲା ରୁଜୁ କରି ତଦନ୍ତ କରାଯାଉଛି ବୋଲି ରାଜନଗର ଥାନା ଆଇଆଇସି ନରେଶ ସାହୁ କହିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...